ଭବାନୀପାଟଣା:ଦେବଗଡ଼ ଜିଲ୍ଲାପାଳ ଓ ଏସ୍ପିଙ୍କୁ ଜାତୀୟ ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ । ବିଦ୍ୟୁତ ଆଘାତରେ ମହିଳାଙ୍କ ମୃତ୍ୟୁକୁ ନେଇ ଜାତୀୟ ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ । ଆସନ୍ତା 4 ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ରହିଛି । ସୂଚନା ଅନୁଯାୟୀ, ଗତ ଜାନୁଆରୀ ୧୯ ତାରିଖରେ ଦେବଗଡ଼ ଜିଲ୍ଲା ରିଆମାଲ ଥାନା ଅନ୍ତର୍ଗତ ତେଲିମୁଣ୍ଡା ଗାଁର ପାର୍ବତୀ ସାହୁ ନିଜ ଘର ସମ୍ମୁଖରେ ଘାସ ସଫା କରୁଥିବାବେଳେ କୌଣସି ମତେ ବିଦ୍ୟୁତ ଖୁଣ୍ଟ ସଂସ୍ପର୍ଶରେ ଆସିଥିଲେ ।
ବିଦ୍ୟୁତ ଆଘାତରେ ପାର୍ବତୀ ଅଚେତ ହେବା ସହ ଗୁରୁତର ହୋଇ ପଡ଼ିଥିଲେ । ପରିବାର ଓ ଗ୍ରାମବାସୀ ଗୁରୁତର ଅବସ୍ଥାରେ ପାର୍ବତୀଙ୍କୁ ଚିକିତ୍ସା ପାଇଁ ଛତାବର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ଏହି ଘଟଣାକୁ ନେଇ କଳାହାଣ୍ଡି ଜିଲ୍ଲାର ମାନବାଧିକାର ସୁରକ୍ଷା କର୍ମୀ ଦିଲ୍ଲୀପ ଦାସ ଜାତୀୟ ମାନବାଧିକ କମିସନଙ୍କ ନିକଟରେ ଅଭିଯୋଗ କରିଥିଲେ ।