ଓଡିଶା

odisha

ETV Bharat / state

ସାମ୍ବାଦିକଙ୍କ ଗଣଧାରାଣା ଓ ସୁରକ୍ଷା ନୀତି ପ୍ରଣୟନ ଦାବି

ସମାଜର ମଙ୍ଗଳ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରି କାର୍ଯ୍ୟ କରୁଥିବା ସାମ୍ବାଦିକ ମାନଙ୍କ ପାଇଁ କୌଣସି ପ୍ରକାର ସୁରକ୍ଷା ବ୍ୟବସ୍ଥା ନାହିଁ । ନିକଟରେ କେନ୍ଦ୍ରାପଡା ଏସପି ନିତିଶେଖର ଜଣେ ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ । ସେହିପରି ସମ୍ବଲପୁର ଜିଲ୍ଲା ଧନୁପାଲି ଥାନା ଆଇଆଇସି କମଳ ଲୋଚନ ପଣ୍ଡା ଜଣେ ସାମ୍ବାଦିକଙ୍କୁ ମାଡ ମାରିବା ଘଟଣାକୁ ଦୃଢ ନିନ୍ଦା କରିଛନ୍ତି କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ସମୂହ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, କଳାହାଣ୍ଡି

By

Published : Jul 24, 2019, 2:38 AM IST

କଳାହାଣ୍ଡି: ରାଜ୍ୟର କର୍ତ୍ତବ୍ୟରତ ସାମ୍ବାଦିକ ମାନଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଛି । ଏହି ଆକ୍ରମଣକୁ ଦୃଢ ନିନ୍ଦା କରିଛନ୍ତି କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ସମୂହ । ମଙ୍ଗଳବାର କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ସମୂହର ଏକ ବିଶାଳ ଶୋଭାଯାତ୍ରା ଗାନ୍ଧୀ ଛକରୁ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା ଓ ସେଠାରେ ପ୍ରତିବାଦ ସଭା କରିଥିଲେ । ଏଥିସହ କଳାହାଣ୍ଡି ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।

ସୂଚନାଥାଉକି, ମଙ୍ଗଳବାର ଜିଲ୍ଲାର ୧୩ଟି ବ୍ଲକର ସାମ୍ବାଦିକ ମାନେ ଭବାନୀପାଟଣାରେ ଏକତ୍ରିତ ହୋଇ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ । କଳାହାଣ୍ଡି ଜିଲ୍ଲାର ବରିଷ୍ଠ ସାମ୍ବାଦିକ ଉମାଶଙ୍କର କରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିବାଦ ସଭାରେ ବିଭିନ୍ନ ସମୟରେ ପ୍ରଶାସନିକ ଅଧିକାରୀ, ଅସାମାଜିକ ବ୍ୟକ୍ତି ଓ ସଂଗଠନ ମାନଙ୍କ ଦ୍ବାରା କର୍ତ୍ତବ୍ୟରତ ସାମ୍ବାଦିକ ମାନଙ୍କ ଉପରେ ହେଉଥିବା ଆକ୍ରମଣ ଘଟଣାକୁ ନିନ୍ଦା କରାଯାଇଥିଲା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କଳାହାଣ୍ଡି

ନିକଟରେ କେନ୍ଦ୍ରାପଡା ଏସପି ନିତିଶେଖର ଜଣେ ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ । ସେହିପରି ସମ୍ବଲପୁର ଜିଲ୍ଲା ଧନୁପାଲି ଥାନା ଆଇଆଇସି କମଳ ଲୋଚନ ପଣ୍ଡା ଜଣେ ସାମ୍ବାଦିକଙ୍କୁ ମାଡ ମାରିବା ଘଟଣାକୁ ନିନ୍ଦା କରିବାସହ ଏହି ଦୁଇ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏହି ପ୍ରତିବାଦ ସଭାରେ ଦାବି କରାଯାଇଥିଲା । ଏଥିସହ ସାମ୍ବାଦିକଙ୍କ ପାଇଁ ସୁରକ୍ଷା ନୀତି ପ୍ରଣୟନ କରିବାକୁ ରାଜ୍ୟ ସରକାରଙ୍କ ପାଖରେ ଦାବି କରାଯାଇଛି।

ତେବେ ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ଉମାଶଙ୍କର କର, ମହମ୍ମଦ ଅଲ୍ଲୀ, ଶାନ୍ତୁନୁ ବେହେରା, ରଜନୀ ମିଶ୍ର, ବିଜୟ ଦ୍ବିବେଦୀ, ଲଲିତ କାନୁନଗୋ, କମ୍ବୁପାଣି ମିଶ୍ରଙ୍କ ସହ ୧୩ଟି ବ୍ଲକର ଶତାଧିକ ସାମ୍ବାଦିକ ଯୋଗ ଦେଇଥିଲେ ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ABOUT THE AUTHOR

...view details