ଓଡିଶା

odisha

ETV Bharat / state

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

3 ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କଳାହାଣ୍ଡି କନିଷ୍ଠ ଶିକ୍ଷକ ଆଶାୟୀ ସଂଘର ବିକ୍ଷୋଭ। ଏନେଇ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ 3 ଦଫା ଏକ ଦାବି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି।

By

Published : Nov 5, 2019, 8:30 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, କଳାହାଣ୍ଡି

କଳାହାଣ୍ଡି: 3 ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କନିଷ୍ଠ ଶିକ୍ଷକ ଆଶାୟୀ ସଂଘ ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ରାଜ୍ୟରେ ଖାଲି ପଡିଥିବା କନିଷ୍ଠ ଶିକ୍ଷକ ପଦଵୀରେ ନିଯୁକ୍ତି ସହ ଜିଲ୍ଲା ଭିତ୍ତିକ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ନିଯୁକ୍ତି ଦାବି କରିଛି ସଂଘ। ଏନେଇ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ 3 ଦଫା ଏକ ଦାବି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କଳାହାଣ୍ଡି

ଗତ 5 ଜାନୁଆରୀ 2019ରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି ହୋଇଥିଲା। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରକାର ପଦକ୍ଷେପ ବିଭାଗ ପକ୍ଷରୁ ନିଆଯାଇନଥିବାରୁ ସଂଘ ଏହାକୁ ପ୍ରତିବାଦ କରି ବିକ୍ଷୋଭ କରିଛି।

କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ

ABOUT THE AUTHOR

...view details