ଓଡିଶା

odisha

ETV Bharat / state

ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ - ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ

କଳାହାଣ୍ଡି ଜିଲ୍ଲା ଛିଲିପା ଗାଁରେ ଦ୍ୟୁତ ଆଘାତ ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା,କଳାହାଣ୍ଡି

By

Published : Jul 18, 2019, 11:09 PM IST

କଳାହାଣ୍ଡି: ଜିଲ୍ଲା ଧର୍ମଗଡ ଥାନା ଅନ୍ତର୍ଗତ ଛିଲିପା ଗାଁରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଯୁବକ ପ୍ରାଣ ହରାଇଛନ୍ତି । ମୃତ ଯୁବକ ହେଲେ ଥବିର ନାଏକ । ସେ ପେଶାରେ ଜଣେ ବ୍ୟବସାୟୀ। ବମ୍ବେ ଲଡୁ ବିକ୍ରି କରି ନିଜ ପରିବାର ପ୍ରତିପୋଷଣ କରିଥାନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା,କଳାହାଣ୍ଡି

ତେବେ ଗୁରୁବାର ସକାଳେ ବ୍ୟବସାୟ ପାଇଁ ବମ୍ବେ ଲଡୁ ତିଆରି କରିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଧର୍ମଗଡ ଡାକ୍ତରଖାନାକୁ ନେଇଥିଲେ ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଘଟଣାସ୍ଥଳରେ ଧର୍ମଗଡ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଜାରି ରଖିଛି ।

କଳାହାଣ୍ଡିରୁ ଅଜିତ ସିଂହ, ଇଟିଭି ଭାରତ

ABOUT THE AUTHOR

...view details