ଓଡିଶା

odisha

By

Published : Sep 27, 2020, 9:40 PM IST

ETV Bharat / state

କଳାହାଣ୍ଡିରେ ୩୨୦୦ ପାର ହେଲା କୋରୋନା ଆକ୍ରାନ୍ତ ସଂଖ୍ୟା

ଲୋକାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୂଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି। ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ରହିଛନ୍ତି ।

କଳାହାଣ୍ଡିରେ ୩୨୦୦ ପାର ହେଲା କୋରୋନା ଆକ୍ରାନ୍ତ ସଂଖ୍ୟା
କଳାହାଣ୍ଡିରେ ୩୨୦୦ ପାର ହେଲା କୋରୋନା ଆକ୍ରାନ୍ତ ସଂଖ୍ୟା

ଭବାନୀପାଟଣା: ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲୋକାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୂଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବି କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି। ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ରହିଛନ୍ତି ।

କଳାହାଣ୍ଡିରେ ୩୨୦୦ ପାର ହେଲା କୋରୋନା ଆକ୍ରାନ୍ତ ସଂଖ୍ୟା

ରବିବାର ଜିଲ୍ଲାରେ ପୁଣି ୭୦ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୨୦୧ କୁ ପହଞ୍ଚିଛି ଏବଂ ଏମାନଙ୍କ ମଧ୍ୟରୁ ୨ ହଜାର ୯୧ ଜଣ ସୁସ୍ଥ ହୋଇଛନ୍ତି ଓ ୧ ହଜାର ୧୧୦ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି ।

ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୦୦ ସହ ପାରି କରିଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟ କର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ABOUT THE AUTHOR

...view details