ଓଡିଶା

odisha

ETV Bharat / state

କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ OBC ସଙ୍ଘର ବିକ୍ଷୋଭ

ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଦାବି ନେଇ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ । ଅଧିକ ପଢନ୍ତୁ...

By

Published : Oct 30, 2021, 2:57 PM IST

କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ OBC ସଙ୍ଘର ବିକ୍ଷୋଭ
କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ OBC ସଙ୍ଘର ବିକ୍ଷୋଭ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସାଙ୍ଗକୁ ଧାରଣା । ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଦାବି ନେଇ ଧାରଣା ଦିଆଯାଇଥିବା ସୂଚନା ।

OBC ମାନଙ୍କ ଜାତିଭିତ୍ତିକ ଜନଗଣନା ମୁଦ୍ଦା ନେଇ ଏହି ଧାରଣା ଦିଆଯାଇଛି । ସରକାର ଓବିସିମାନଙ୍କୁ ଅଣଦେଖା କରୁଥିବା ଅଭିଯୋଗ କରିଛନ୍ତି କଳାହାଣ୍ଡିର ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ସଭାପତି । ସେହିପରି କେନ୍ଦ୍ର ସରକାର ଆଣିଥିବା ୩ଟି କୃଷି ଆଇନ ପ୍ରତ୍ୟାହାର ଏବଂ ନିର୍ବାଚନରେ ବାଲାଟ ପେପର ବ୍ୟବହାର ନ କରିବା ପାଇଁ ମଧ୍ୟ ଦାବି କରିଛି ସଙ୍ଘ । ଏସବୁ ପ୍ରସଙ୍ଗ ନେଇ ବିଭିନ୍ନ ସମୟରେ ମୋର୍ଚ୍ଚା ପକ୍ଷରୁ ଦାବି ହୋଇ ଆସୁଥିଲେ ମଧ୍ୟ ସରକାର କର୍ଣ୍ଣପାତ କରୁନଥିବା ଅଭିଯୋଗ ହୋଇଛି ।

କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ OBC ସଙ୍ଘର ବିକ୍ଷୋଭ

ତେଣୁ ମୋର୍ଚ୍ଚା ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି । ଆସନ୍ତା ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ର ହେବ ବୋଲି ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚାର କର୍ମକର୍ତ୍ତା କହିଛନ୍ତି ।


କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ABOUT THE AUTHOR

...view details