ଭବାନୀପାଟଣା:ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଛି ଯୁକ୍ତ ଦୁଇ ପରୀକ୍ଷା । ଏହି କ୍ରମରେ କଳାହାଣ୍ଡିରେ ମଧ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଆରମ୍ଭ ହୋଇଛି। ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ।
କଳାହାଣ୍ଡି ବିଶ୍ବ ବିଦ୍ୟାଳୟରେ ୯୦୦ ସହ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ବେଳେ ସକାଳ ୯ ଟାରୁ ଆରମ୍ଭ ହୋଇ ୧୨ ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ୩୦ ମିନିଟ ପୂର୍ବରୁ ପରୀକ୍ଷାର୍ଥୀ କେନ୍ଦ୍ର ଭିତରକୁ ଛାତ୍ରଛାତ୍ରୀଙ୍କୁ ପ୍ରବେଶ କରାଯାଇଥିବା ବେଳେ ୧୦ ମିନିଟ ପୂର୍ବରୁ ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନପତ୍ର ଦିଆଯାଇଥିଲା ।