ଓଡିଶା

odisha

ETV Bharat / state

ଚିକିତ୍ସା ଅବହେଳାରୁ ନାବାଳକର ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ - boy dead due to medical negligence

କଳାହାଣ୍ଡି ଜିଲ୍ଲାର ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାନୀୟ ଅଞ୍ଚଳର ନାବାଳକର ମୃତ୍ୟୁ ହୋଇଛି । ତେବେ ଚିକିତ୍ସା ଅଭାବରୁ ନାବାଳକ ମୃତ୍ୟୁ ଘଟିଥିବା ପରିବାରବର୍ଗ ଅଭିଯୋଗ କରିଛନ୍ତି । ଅଧିକ ପଢନ୍ତୁ...

People blocked road for boy's death due to medical negligence in Kalahandi
ଚିକିତ୍ସା ଅବହେଳାରୁ ନାବାଳକର ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ

By

Published : Nov 26, 2020, 4:42 PM IST

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନାବାଳକଙ୍କ ମୃତ୍ୟୁକୁ ନେଇ ଗୁରୁବାର ଉତ୍ତେଜନା ଦେଖାଦେଇଛି । ଚିକିତ୍ସା ଅବହେଳାରୁ ନାବାଳକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ସ୍ଥାନୀୟ ଲୋକମାନେ ମୃତଦେହ ରଖି ରାସ୍ତାରୋକ କରିଥିବା ସୂଚନା ମିଳିଛି ।

ଚିକିତ୍ସା ଅବହେଳାରୁ ନାବାଳକର ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ

ଜିଲ୍ଲାରେ ଥିବା ନର୍ଲା ଗ୍ରାମର କୈବଲ୍ୟ ସେନାପତିଙ୍କ ନାବାଳକ ପୁଅର ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାକୁ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତେବେ ପରିବାର ଲୋକଙ୍କ କହିବା ଅନୁସାରେ ତାଙ୍କୁ ସଠିକ ଚିକିତ୍ସା ନ ଦେବାରୁ ନାବାଳକର ମୃ୍ତ୍ୟୁ ହୋଇଥିବା ପରିବାରବର୍ଗ ଅଭିଯୋଗ କରିଛନ୍ତି ।

ପରେ ନାବାଳକ ମୃତ୍ୟୁର କ୍ଷତିପୂରଣ ଦାବି କରି ଭବାନୀପାଟଣା ବାଲିଗୁଡା ରାଜ୍ୟ ରାଜପଥ ଉପରେ ମୃତଦେହ ରଖି ଆନ୍ଦୋଳନ କରୁଛନ୍ତି । ଫଳରେ ଉଭୟ ପାର୍ଶ୍ଵରେ ଯାନବାହନ ଅଟକି ରହିଛି । ଘଟଣା ସଂପର୍କରେ ଖବର ପାଇବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

ABOUT THE AUTHOR

...view details