ଭବାନୀପାଟଣା: କଳହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ଝାଳିଆଗୋଭା ନଦୀ ତୁଠରୁ ମଙ୍ଗଳବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି । ପୋଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।
ନଦୀ ତୁଠରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର, ତଦନ୍ତ ଜାରି - newborn baby's dead baby rescued in kalahandi
ଝାଳିଆଗୋଭା ନଦୀ ତୁଠରୁ ଏକ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି । ପୋଲିସ ତଦନ୍ତ ଜାରି ରହିଛି । ଅଧିକ ପଢନ୍ତୁ...
![ନଦୀ ତୁଠରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର, ତଦନ୍ତ ଜାରି ନଦୀ ତୁଠରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର](https://etvbharatimages.akamaized.net/etvbharat/prod-images/768-512-9577874-thumbnail-3x2-kln.jpg)
ନଦୀ ତୁଠରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର
ନଦୀ ତୁଠରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର
ସୂଚନା ଅନୁସାରେ, ଗାଁର କିଛି ଲୋକ ନିତ୍ୟକର୍ମ ପାଇଁ ନଦୀକୁ ଯାଇଥିବା ବେଳେ ତୁଠରେ ଶିଶୁଟିର ମୃତଦେହ ଦେଖିବାକୁ ପାଇଥିଲେ । ଏନେଇ ସେମାନେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି ।
କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ