ଓଡିଶା

odisha

ETV Bharat / state

ମନ୍ଦିରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ - ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ତାରିଣୀ ମନ୍ଦିର ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ।

ମନ୍ଦିରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ମନ୍ଦିରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

By

Published : Jul 8, 2020, 3:29 AM IST

କଳାହାଣ୍ଡି: ମନ୍ଦିର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ତାରିଣୀ ମନ୍ଦିର ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ।

ମନ୍ଦିରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ସୂଚନା ଅନୁଯାୟୀ ରିଷିଡ଼ା ଗାଁର ଯଶୋବନ୍ତ ରଣା ସୋମବାର ରାତିରେ ଘରୁ ବାହାରି ଥିଲେ ହେଲେ ରାତିରେ ଆଉ ଘରକୁ ଫେରି ନଥିଲେ । ପରିବାର ଲୋକେ ଖୋଜାଖୋଜି କଲା ପରେ ମଧ୍ୟ କୌଣସି ଖୋଜ ଖବର ପାଇ ନଥିଲେ । ସକାଳୁ ଗାଁ ମୁଣ୍ଡରେ ଥିବା ତାରିଣୀ ମନ୍ଦିରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ଖବର ପାଇ ଘଟଣା ସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ମୃତଦେହ ଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

କଳାହାଣ୍ଡିରୁ ଅଜିତ ସିଂହ, ଇଟିଭି ଭାରତ

ABOUT THE AUTHOR

...view details