ଭବାନୀପାଟଣା:ଯୁବକଙ୍କୁ ହତ୍ୟା ଘଟଣାରେ ଦୁଇ ଅଭିଯୁକ୍ତ ଗିରଫ। କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅଞ୍ଚଳରେ ନୂଆଁଖାଇ ଦିନ ଜଣେ ଯୁବକଙ୍କୁ ମରଣାନ୍ତକ କରାଯିବା ଫଳରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଘଟଣା ସମ୍ପୃକ୍ତ ଦୁଇଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ସୂଚନା ଥାଉକି, ମୃତ ଯୁବକ ହେଉଛନ୍ତି ବଳଦିଆମାଲ ଗ୍ରାମର ମାନସ ମେହେର । ମାନସ ଓ ତାଙ୍କ ଜଣେ ବନ୍ଧୁ ବାଇକରେ ଜୁନାଗଡ଼ ସହରରୁ ଘରକୁ ଫେରୁଥିବାବେଳେ ନୂଆ ବସଷ୍ଟାଣ୍ଡ ନିକଟରେ ଅନ୍ୟ ଏକ ବାଇକ ତାଙ୍କୁ ଧକ୍କା ଦେଇଥିଲା ।
ଏହି ସମୟରେ ଅନ୍ୟ ବାଇକରେ ବସିଥିବା ଯୁବକମାନେ ଉତ୍ୟକ୍ତ ହୋଇ ମାନସକୁ ମରଣାନ୍ତକ ଆକ୍ରମଣ କରିଥିଲେ । ଏଥିରେ ମାନସ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଜୁନାଗଡ଼ ସରକାରୀ ଡାକ୍ତରଖାନା ଓ ପରେ ରାୟପୁରଙ୍କୁ ନିଆଯାଉଥିବାବେଳେ ବାଟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।