ଓଡିଶା

odisha

By

Published : May 11, 2022, 5:46 PM IST

ETV Bharat / state

ବାଇକ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ଦୁଇ ଜୀବନ

ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ବାଇକ। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଅଧିକ ପଢନ୍ତୁ

ବାଇକ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ଦୁଇ ଜୀବନ
ବାଇକ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ଦୁଇ ଜୀବନ

ଭବାନୀପାଟଣା: ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ବାଇକ। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ଦୁଇଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ପାଲଜୋର ଗାଁରେ । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ରହିଛି। ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପାଡେଲଗୁଡା ଗାଁର ସୁଭାଷ ମାଝୀ ଓ ପେଙ୍ଗଢୁସୀ ଗାଁର କୃଷ୍ଣ ଚନ୍ଦ୍ର ମାଝୀ ଉଭୟ ସମ୍ପର୍କରେ ସଢ଼ୁ । ଦୁହେଁ ବାଇକ ଯୋଗେ ଗୋଦ୍ରାମସ୍କା ଗାଁକୁ ଏକ ବିବାହ ଭୋଜିରେ ଯୋଗ ଦେବାକୁ ଯାଉଥିବାବେଳେ ପାଲଜୋର ଗାଁ ନିକଟରୁ ବୁଲାଣିରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲେ । ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟ ହୋଇଥିଲା । ଖବରପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚିଲା ।

ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି ପୋଲିସ । ବର୍ତ୍ତମାନ ତଦନ୍ତ ଜାରି ରହିଥିବା ଜଣାପଡିଛି। ଏହି ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ABOUT THE AUTHOR

...view details