ଓଡିଶା

odisha

ETV Bharat / state

ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଗୋବିନ୍ଦ ବଜାର କାମ ସାରି ସାଇକେଲରେ ଘରକୁ ଫେରୁଥିଲେ । ଏହି ସମୟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ସେ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ସମ୍ପୃକ୍ତ ଗାଡି ଚାଳକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ରାଜରାସ୍ତାକୁ ଓହ୍ଲାଇଛନ୍ତି ଉତ୍ତ୍ୟକ୍ତ ଗ୍ରାମବାସୀ ।

By

Published : Mar 17, 2019, 9:12 AM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, କନ୍ଧମାଳ

ଫୁଲବାଣୀ: ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ । ଘଟଣାଟି କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ମଲିକସାହିର । ମୃତକଙ୍କ ନାମ ଗୋବିନ୍ଦ ଚନ୍ଦ୍ର ମଲିକ ।

ସୂଚନା ଅନୁଯାୟୀ, ଗୋବିନ୍ଦ ବଜାର କାମ ସାରି ସାଇକେଲରେ ଘରକୁ ଫେରୁଥିଲେ । ଏହି ସମୟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ସେ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କନ୍ଧମାଳ

ତେବେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ସମ୍ପୃକ୍ତ ଗାଡି ଚାଳକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ରାଜରାସ୍ତାକୁ ଓହ୍ଲାଇଛନ୍ତି ଉତ୍ତ୍ୟକ୍ତ ଗ୍ରାମବାସୀ । ଫୁଲବାଣୀରୁ ଭୁବନେଶ୍ବର ସଂଯୋଗ ହେଉଥିବା ରାଜ୍ୟ ରାଜପଥକୁ ଅବରୋଧ କରିଥିଲେ ସେମାନେ । ସେପଟେ ଖବର ପାଇ ଖଜୁରୀପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିବା ଜଣାପଡିଛି । କିନ୍ତୁ କ୍ଷତିପୂରଣ ନ ମିଳିବା ଯାଏଁ ରାସ୍ତା ଅବରୋଧରୁ ହଟିବେ ନାହିଁ ବୋଲି କହିଛନ୍ତି ମୃତକଙ୍କ ପରିବାର ଓ ସ୍ଥାନୀୟ ବାସିନ୍ଦା ।

କନ୍ଧମାଳରୁ ସଦାଶିବ ପାତ୍ର, ଇଟିଭି ଭାରତ

ABOUT THE AUTHOR

...view details