ଓଡିଶା

odisha

ETV Bharat / state

ବାଲିଗୁଡା ମେଗା ଜଳ ପ୍ରକଳ୍ପ କାର୍ଯ୍ୟକୁ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ - ମେଗା ଜଳ ପ୍ରକଳ୍ପ କାର୍ଯ୍ୟକୁ ତୁରନ୍ତ ସାରିବାକୁ ନିର୍ଦ୍ଦେଶ

କନ୍ଧମାଳ ଜିଲ୍ଲା ବାଲିଗୁଡାରେ ମେଗା ପାନୀୟ ଜଳ ପ୍ରକଳ୍ପର ସମୀକ୍ଷା କଲେ ଜନ ସ୍ବାସ୍ଥ୍ୟ ବିଭାଗର ମୁଖ୍ୟଯନ୍ତ୍ରୀ । ଗୁରୁବାର ପ୍ରକଳ୍ପର ସମୀକ୍ଷା କରି ତୁରନ୍ତ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ...

ବାଲିଗୁଡା ମେଗା ଜଳ ପ୍ରକଳ୍ପ କାର୍ଯ୍ୟକୁ ତୁରନ୍ତ ସାରିବାକୁ ନିର୍ଦ୍ଦେଶ
ବାଲିଗୁଡା ମେଗା ଜଳ ପ୍ରକଳ୍ପ କାର୍ଯ୍ୟକୁ ତୁରନ୍ତ ସାରିବାକୁ ନିର୍ଦ୍ଦେଶ

By

Published : Feb 19, 2021, 11:50 AM IST

ଫୁଲବାଣୀ: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଚାଲିଛି ମେଗା ପାନୀୟ ଜଳ ପ୍ରକଳ୍ପ । ଆସନ୍ତା ମାର୍ଚ୍ଚ ସୁଦ୍ଧା ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜନ ସ୍ବାସ୍ଥ୍ୟ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ରୋହିତ ସେଠୀ । ବାଲିଗୁଡା ଗସ୍ତରେ ଯାଇ ଜନ ସ୍ବାସ୍ଥ୍ୟ ବିଭାଗର ମୁଖ୍ୟଯନ୍ତ୍ରୀ ପ୍ରକଳ୍ପର ସମୀକ୍ଷା କରିବା ପରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ।

ବାଲିଗୁଡା ମେଗା ଜଳ ପ୍ରକଳ୍ପ କାର୍ଯ୍ୟକୁ ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ବାଲିଗୁଡାର ଖଜୁରୀନାଳ, ଗୁଳିମରାପଦା ଓ ପିପଳ ସାହି ପରିଦର୍ଶନ କରି ନିର୍ମାଣଧୀନ ଓଭରହେଡ଼ ଟ୍ୟାଙ୍କ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିଛନ୍ତି । ବାଲିଗୁଡା ସହର ର ଜନସାଧାରଣଙ୍କୁ ଘରେ ଘରେ ଶୁଦ୍ଧ ପାନୀୟ ଜଳ ଯୋଗାଣ ନେଇ ତେର କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ନିର୍ମାଣ କାର୍ଯ୍ୟ ଚାଲିଛି l ଗସ୍ତ ଅବସରରେ ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଜନସ୍ୱାସ୍ଥ୍ୟ ବିଭାଗର ଅଧିକାରୀଙ୍କୁ ତାଗିଦ କରିବା ସହ ମାର୍ଚ୍ଚ ମାସ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

କନ୍ଧମାଳରୁ ସଦାଶିବ ପାତ୍ର, ଇଟିଭି ଭାରତ

ABOUT THE AUTHOR

...view details