ଓଡିଶା

odisha

ETV Bharat / state

ଡକାୟତି ଯୋଜନା ପଣ୍ଡ, ନକଲି ପୋଲିସ ଗ୍ୟାଙ୍ଗ ଗିରଫ - police arrested

ବଡ଼ ଧରଣର ଡକାୟତି ଯୋଜନା ପଣ୍ଡ କଲା ବାଲିଗୁଡ଼ା ପୋଲିସ । ଘଟଣାରେ ଦୁଇଜଣ ନକଲି ପୋଲିସ୍ ଅଫିସର ଗିରଫ ହୋଇଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍ । ଅଧିକ ପଢନ୍ତୁ...

ନକଲି ପୁଲିସ ଗ୍ୟାଙ୍ଗ
ନକଲି ପୁଲିସ ଗ୍ୟାଙ୍ଗ

By

Published : Mar 6, 2021, 7:46 PM IST

ଫୁଲବାଣୀ: ବଡ଼ ଧରଣର ଡକାୟତି ଯୋଜନା ପଣ୍ଡ କଲା ବାଲିଗୁଡ଼ା ପୋଲିସ । ଘଟଣାରେ ଦୁଇଜଣ ନକଲି ପୋଲିସ ଅଫିସର ଗିରଫ ହୋଇଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ବାଲିଗୁଡ଼ା ପୋଲିସ ରାତ୍ରୀ କାଳୀନ ପାଟ୍ରୋଲିଂ କରୁଥିବା ବେଳେ ଖଡ଼ଗନଦୀ ପୋଲ ନିକଟ ଏକ ଅନ୍ଧାରୁଆ ସ୍ଥାନରେ କିଛି ସନ୍ଦିଗ୍ଧ ଲୁଚି ରହିଥିବା ଦେଖିବାକୁ ପାଇଥିଲା । ପୋଲିସକୁ ଦେଖି ଦୌଡ଼ି ପଳାଇବା ବେଳେ ପିଛା କରି ଦୁଇଜଣଙ୍କୁ ପୋଲିସ୍ କାବୁ କରିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି ।

ଗିରଫ ଦୁଇଜଣ ପୋଲିସ୍ ଏଏସ୍ ଆଇ ପୋଷାକ ପିନ୍ଧି ନିଜକୁ ପୋଲିସ୍ ସଜେଇ କିଛି ସ୍ଥାନୀୟ ଦୁର୍ବୃତ୍ତଙ୍କ ସହ ମିଶି ସେହି ରାସ୍ତା ଦେଇ ଯାଉଥିବା ଗାଡ଼ି ଓ ଲୋକମାନଙ୍କ ଠାରୁ ଡକାୟତି କରିବା ପାଇଁ ଏକ ବଡ଼ ଷଡ଼ଯନ୍ତ୍ର କରୁଥିଲେ ବୋଲି ପୋଲିସ କହିଛି ।

ସେପଟେ ଦୁଇ ଫେକ୍ ପୋଲିସ୍ ନିକଟରୁ ଗୋଟିଏ ମାରୁତି ସୁଇଫ୍ଟ ଡିଜାଏର କାର୍, ଗୋଟିଏ ଲୁହା ରଡ୍, ଦୁଇଟି ବେତ ଲାଠି,ଦୁଇହଳ ପୋଲିସ୍ ଡ୍ରେସ୍, ଗୋଟିଏ ଖେଳଣା ପିସ୍ତଲ୍,ସାତୋଟି ପୋଲିସ୍ ଟୋପି ସହ ବିଭିନ୍ନ ମାରଣାସ୍ତ୍ର ଜବତ୍ କରିଛି ପୋଲିସ ।

ଗିରଫ ଦୁଇଜଣ କଟକ ଜିଲ୍ଲା ଚଣ୍ଡୀ ଛକ ଓ କନିକା ଛକ ଅଞ୍ଚଳର ହୋଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି । ଏହି ଘଟଣାରେ ଆଉ କିଏ କିଏ ସମ୍ପୃକ୍ତ ଅଛନ୍ତି ଏବଂ ଏଭଳି ଲୁଟ୍ କେତେଦିନ ହେଲା ଏବଂ କେଉଁ କେଉଁ ସ୍ଥାନରେ ହୋଇଛି ସେନେଇ ଅଧିକ ତଦନ୍ତ ଚାଲିଥିବା କହିଛନ୍ତି ବାଲିଗୁଡ଼ା ଥାନା ଅଧିକାରୀ ପ୍ରଶାନ୍ତ କୁମାର ବେହେରା

କନ୍ଧମାଳରୁ ସଦାଶିବ ପାତ୍ର, ଇଟିଭି ଭାରତ

ABOUT THE AUTHOR

...view details