ଓଡିଶା

odisha

ETV Bharat / state

ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମୁଖୀ କାର୍ଯ୍ୟ, ସ୍କୁଲରେ ତାଲା ପକାଇଲେ ଅଭିଭାବକ - କନ୍ଧମାଳ କୋଟଗଡ଼ରେ ସ୍କୁଲ୍‌ରେ ତାଲା ପକାଇଲେ ସ୍ଥାନୀୟ ଲୋକେ

ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ ଓ ଗ୍ରାମବାସୀ । କନ୍ଧମାଳ କୋଟଗଡ଼ ବ୍ଲକ ମାଦାଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟରେ ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି । ଅଧିକ ପଢ଼ନ୍ତୁ

ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମୁଖୀ କାର୍ଯ୍ୟ, ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ
ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମୁଖୀ କାର୍ଯ୍ୟ, ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

By

Published : May 31, 2022, 10:39 PM IST

ଫୁଲବାଣୀ:ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ ଓ ଗ୍ରାମବାସୀ । କନ୍ଧମାଳ କୋଟଗଡ଼ ବ୍ଲକ ମାଦାଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟରେ ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି । ପ୍ରଧାନ ଶିକ୍ଷୟିତ୍ରୀ ପ୍ରତ୍ୟେକ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସହ ଝଗଡ଼ା କରିବା ସହ ପିଲାଙ୍କୁ ସ୍କୁଲ୍‌ରେ ଆଡମିଶନ କରାଇ ଦେଉନଥିବା ଅଭିଯୋଗ ହୋଇଛି ।

ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମୁଖୀ କାର୍ଯ୍ୟ, ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ମାଦାଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଚନ୍ଦ୍ରିକା ଦେଶୀନାୟକଙ୍କ ତୁରନ୍ତ ବଦଳି ଦାବି କରିଛନ୍ତି ଗ୍ରାମବାସୀ । ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ମନମୁଖି କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି । ଅନ୍ୟ ଶିକ୍ଷକଙ୍କ ସହ ସବୁବେଳେ ଝଗଡା କରୁଛନ୍ତି । ଅଭିଭାବକଙ୍କୁ ଗାଳିଗୁଲଜ କରିବା ସହ ସ୍କୁଲରେ ପିଲାଙ୍କ ନାମ ଲେଖାଇବାକୁ ନେଇ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି । ଖାଲି ସେତିକି ନୁହେଁ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ବି ଠିକ ସେ ଦେଉ ନଥିବା ଅଭିଯୋଗ ହୋଇଛି ।

ଏଭଳି ଅନେକ ଅଭିଯୋଗ ନେଇ ଗ୍ରାମବାସୀ ବ୍ଲକ ଶିକ୍ଷାଧିକାରୀଙ୍କ ପାଖରେ ଲିଖିତ ଅଭିଯୋଗ କରିଥିଲେ । ତେବେ କିଛି କାର୍ଯ୍ୟାନୁଷ୍ଠାନ ନହେବାରୁ ବାଧ୍ୟ ହୋଇ ଗ୍ରାମବାସୀ ମଙ୍ଗଳବାର ସ୍କୁଲ ମୁଖ୍ୟ ଫାଟକରେ ତାଲା ପକାଇଛନ୍ତି । ଏହାକୁ ନେଇ ବ୍ଲକ ଶିକ୍ଷା ଅଧିକାରୀ ଜଗନ୍ନାଥ ସାଙ୍କୁ ପଚାରିବାରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବର୍ତ୍ତମାନ ପଦରୁ ଅବ୍ୟାହତି ଦେଇଥିବା କଥା କହିଛନ୍ତି । ଏହାକୁ ନେଇ ଏକ ରିପୋର୍ଟ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଦେବାପରେ ସେ ଯାହା ପଦକ୍ଷେପ ନେବେ ବୋଲି କହିଛନ୍ତି ।

ଇଟିଭି ଭାରତ, କନ୍ଧମାଳ

For All Latest Updates

TAGGED:

ABOUT THE AUTHOR

...view details