ଫୁଲବାଣୀ : କନ୍ଧମାଳ ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ତୃତୀୟ ଦିନରେ ୭୨୨ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି l ସେଥିମଧ୍ୟରୁ ୱାର୍ଡ ମେମ୍ବର ଭାବେ ୩୯୩ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସରପଞ୍ଚ ୧ ୮ ୫ଜଣ, ସମିତିସଭ୍ୟ ଭାବେ ୧୩୩ ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଥିବା ଜଣାପଡିଛି l
ତେବେ ଜିଲ୍ଲା ପରିଷଦ ପ୍ରାର୍ଥୀ ଭାବେ ଆଜି(ବୁଧବାର) ୧୧ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି l ତେବେ ପ୍ରାର୍ଥୀମାନେ ସରକାରଙ୍କ କୋଭିଡଗାଇଡ଼ ଲାଇନ ମାନି କମ ସଂଖ୍ୟକ ସମର୍ଥକଙ୍କ ସହ ଆସି ପ୍ରାର୍ଥୀପତ୍ର ଦାଖଲ କରିଥିଲେ l ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେପରି ମୁକ୍ତ, ଅବାଧ ଓ ନିରପେକ୍ଷ ହେବ ।