କେନ୍ଦ୍ରାପଡ଼ା: ପ୍ରଜନନ ପାଇଁ ବନ୍ଦ ରହିବ କୁମ୍ଭୀରମାନଙ୍କ ଏନ୍ତୁଡ଼ିଶାଳ ଭିତରକନିକା । ବିଶ୍ବପ୍ରସିଦ୍ଧ ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ବଉଳା କୁମ୍ଭୀରମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ବନବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି ।
୩ମାସ ପର୍ଯ୍ୟନ୍ତ କୌଣସି ପର୍ଯ୍ୟଟକ ଜାତୀୟ ଉଦ୍ୟାନ ଭିତରକନିକାକୁ ପ୍ରବେଶ କରିପାରିବେ ନାହିଁ । ଏହି ୩ମାସ ଭିତରକନିକା ଭିତରେ ବୋଟ ଚଳାଚଳ କରିବ ନାହିଁ କାରଣ ବୋଟ ଚଳାଚଳ କରିବା ଦ୍ବାରା କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ । କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟା ପରେ ମା' କୁମ୍ଭୀରମାନେ ଅଣ୍ଡାଦାନ କରିଥାନ୍ତି । ଅଣ୍ଡାଦାନ କରିବା ପରେ ଛୁଆ ଫୁଟିବା ଯାଏଁ ଅଣ୍ଡା ଦେଇଥିବା ବସାକୁ ଜଗି ରହିଥାନ୍ତି ମା'କୁମ୍ଭୀର ।