କେନ୍ଦ୍ରାପଡ଼ା: ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଖବର ସଂଗ୍ରହ ବେଳେ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକରେ ୩ ଜଣ ସାମ୍ବାଦିକଙ୍କୁ ଆକ୍ରମଣ ହୋଇଥିଲା । ଏହି ଘଟଣାକୁ କେନ୍ଦ୍ରାପଡା ଜିଲ୍ଲା ସାମ୍ବାଦିକମାନେ ତୀବ୍ର ନିନ୍ଦା କରିଛନ୍ତି । ଏହି ପରିପ୍ରେକ୍ଷୀରେ କେନ୍ଦ୍ରାପଡା ସାମ୍ବାଦିକ ସମୁହଙ୍କ ପକ୍ଷରୁ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।
ଆକ୍ରମଣରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ସହ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରାଯାଇଛି । ସେହିପରି ଆଉ ଦୁଇ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ସମେତ ହେବାକୁ ଥିବା ପୌର ନିର୍ବାଚନରେ ସାମ୍ବାଦିକମାନଙ୍କୁ କର୍ମକ୍ଷେତ୍ରରେ ସୁରକ୍ଷା ଯୋଗାଇ ଦେବାକୁ ଦାବି କରିଛନ୍ତି ସାମ୍ବାଦିକଗଣ । ତା ସହିତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ପାଇଁ ସାମ୍ବାଦିକ ମାନେ ଦାବି କରିଛନ୍ତି ।