କେନ୍ଦ୍ରାପଡା: ଆଜିଠାରୁ ପାଟକୁରା ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ । ଏ ନେଇ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି । ସମଗ୍ର ଜିଲ୍ଲାରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଆଚରଣ ବିଧି ଲାଗୁ କରାଯାଇଛି ।
ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳ ନିର୍ବାଚନ ପରିଚାଳନା ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ । ତେବେ ବର୍ଷା ଋତୁକୁ ଦୃଷ୍ଟିରେ ରଖି ମତଦାନ ଗ୍ରହଣ ହେବାକୁ ଥିବା 309 ଗୋଟି ବୁଥରେ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।