କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ସଡକ ସୁରକ୍ଷା ମାସ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ଅୟୋଜିତ ସଭାରେ ଅତିରିକ୍ତ ଜିଲ୍ଲାପାଳ ନରହରି ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସଡକ ସୁରକ୍ଷାର ଆବଶ୍ୟକତା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ।
ସଡକ ସୁରକ୍ଷା ମାସ ଉଦଯାପିତ - କେନ୍ଦ୍ରାପଡ଼ା ସଡକ ସୁରକ୍ଷା ମାସ କାର୍ଯ୍ୟକ୍ରମ ଉଦଯାପିତ
କେନ୍ଦ୍ରାପଡ଼ା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ସଡକ ସୁରକ୍ଷା ମାସ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଅଧିକ ପଢନ୍ତୁ...
କେନ୍ଦ୍ରାପଡ଼ା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ସଡକ ସୁରକ୍ଷା ମାସ କାର୍ଯ୍ୟକ୍ରମ ଉଦଯାପିତ
କେନ୍ଦ୍ରାପଡ଼ା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ସଡକ ସୁରକ୍ଷା ମାସ କାର୍ଯ୍ୟକ୍ରମ ଉଦଯାପିତ
ଆଡଭୋକେଟ ତଥା ପରିବହନ ବିଭାଗର ବିଧୁଭୁଷଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅୟୋଜିତ ଉଦଯାପନୀ ଉତ୍ସବରେ ଅନ୍ୟତମ ଅତିଥିଭାବେ ଆଞ୍ଚଳିକ ପରିବହନ ଅଧିକାରୀ ନିଖିଲ ପଟ୍ଟନାୟକ, ସଦର ଥାନା ଅଧିକାରୀ ପ୍ରମୋଦ କୁମାର ମଲ୍ଲିକ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଯୋଗ ଦେଇଥିଲେ । ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମରେ ସଫଳତାର ସହ କାର୍ଯ୍ୟ କରିଥିବା ଯୋଗୁଁ "କେନ୍ଦ୍ରାପଡ଼ା ସାଇକେଲ କ୍ଲବ" ସମେତ ବିଭିନ୍ନ ସାମାଜିକ ଅନୁଷ୍ଠାନ ଏବଂ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।
କେନ୍ଦ୍ରାପଡ଼ାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ