କେନ୍ଦୁଝର: ଗୋଟିଏ ଦିନରେ ୧୧ ହଜାରରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କୁ ମିଳିଲା ୧୭ କୋଟି ଟଙ୍କାର DMF ଛାତ୍ରବୃତ୍ତି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତିତ୍ବ ହାସଲ କରିଥିବା ୧୧୬୦୫ ଛାତ୍ରଛାତ୍ରୀଙ୍କୁ ଶୁକ୍ରବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ଛାତ୍ରବୃତ୍ତି ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି ବୋଲି କହିଛନ୍ତି ଦକ୍ଷତା ବିକାଶ ଅଧ୍ୟକ୍ଷ ସୁବ୍ରତ ବାଗଚି ।
କେନ୍ଦୁଝର ଜିଲ୍ଲା ପ୍ରଶାସନ ସାରା ଦେଶରେ ଏକ ନୂତନ ରେକର୍ଡ ସୃଷ୍ଟି କରିଛି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତିତ୍ବ ହାସଲ କରିଥିବା ୧୧୬୦୫ ଛାତ୍ରଛାତ୍ରୀଙ୍କୁ ଗୋଟିଏ ଦିନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଛାତ୍ରବୃତ୍ତି ପ୍ରଦାନ କରାଯାଇଛି । ଜିଲ୍ଲା ଖଣିଜ ପାଣ୍ଠି ସହାୟତାରେ ୧୭ କୋଟି ଟଙ୍କା ଛାତ୍ରବୃତ୍ତି ପାଇଁ ପ୍ରଦାନ କରାଯାଇଛି । ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ବିଭିନ୍ନ ବର୍ଗରେ ୪୦ହଜାର, ୨୫ହଜାର,୧୫ ହଜାର ଓ ୧୦ ହଜାର ଟଙ୍କା ଲେଖାଏଁ ବୃତ୍ତିରାଶି ପ୍ରଦାନ କରାଯାଇଛି ।
ଏହା ମଧ୍ୟ ପଢ଼ନ୍ତୁ...ବିଇଓ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା ଭିଜିଲାନ୍ସ