ଓଡିଶା

odisha

ETV Bharat / state

ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ

ବୁଧବାର କେନ୍ଦୁଝର ଜିଲ୍ଲାକୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଇଂ ପ୍ରେମାନନ୍ଦ ନାୟକ ଦିନିକିଆ ଗସ୍ତ କରିଥିଲେ । ଏଠାରେ ଜିଲ୍ଲାର ସମୂଳ ବିକାଶ ପାଇଁ କାର୍ଯ୍ୟ କରିବେ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ ।

By

Published : Jun 13, 2019, 3:00 AM IST

ଫଟୋ ସୌଜନ୍ୟ:ସମ୍ବାଦଦାତା, କେନ୍ଦୁଝର

କେନ୍ଦୁଝର: ବୁଧବାର କେନ୍ଦୁଝର ଜିଲ୍ଲାକୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଇଂ ପ୍ରେମାନନ୍ଦ ନାୟକ ଦିନିକିଆ ଗସ୍ତରେ ଆସିଥିଲେ । ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ବିଜୁ ଜନତା ଦଳ ପକ୍ଷରୁ ସ୍ଥାନୀୟ ନରଣପୁରଠାରୁ ଏକ ବିରାଟ ମଟର ସାଇକେଲ ଶୋଭାଯାତ୍ରା କରି ସହର ପରିକ୍ରମା କରଯାଇଥିଲା ।

ଭିଡିଓ ସୌଜନ୍ୟ:ସମ୍ବାଦଦାତା, କେନ୍ଦୁଝର

ପରେ ମନ୍ତ୍ରୀ ଥାନା ଛକ ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ କରି ସର୍କିଟ ହାଉସକୁ ଯାଇଥିଲେ । ସର୍କିଟ ହାଉସଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀଙ୍କ ସହ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ସୋଜନ୍ୟ ମୂଳକ ଆଲୋଚନା ହୋଇଥିଲା । ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ଜିଲ୍ଲା ବିଜେଡିର ବହୁ ପଦାଧିକାରୀ ଉପସ୍ଥିତ ଥିଲେ । ଏଠାରେ ଜିଲ୍ଲାର ସମୂଳ ବିକାଶ ପାଇଁ କାର୍ଯ୍ୟ କରିବେ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ ।

କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ

ABOUT THE AUTHOR

...view details