ଓଡିଶା

odisha

ETV Bharat / state

ଦୁର୍ଘଟଣାରେ ମୃତକଙ୍କ କ୍ଷତିପୂରଣ ଦାବିରେ ରାସ୍ତାରୋକ - Road accident in keonjhar

କେନ୍ଦୁଝର ଜିଲ୍ଲା ତେଲକୋଇ ଅଞ୍ଚଳରେ ଜଣେ ଯୁବକଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବି ନେଇ ରାସ୍ତାରୋକ କରିଛନ୍ତି ସ୍ଥାନୀୟ ଲୋକେ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, କେନ୍ଦୁଝର

By

Published : Jul 20, 2019, 11:14 AM IST

କେନ୍ଦୁଝର: ତେଲକୋଇ ଥାନା ଅନ୍ତର୍ଗତ କତରାପାଲିରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣା । ଶନିବାର ରାସ୍ତାରୋକ କରିବା ସହ କ୍ଷତିପୂରଣ ଦାବି କରିଥିଲେ ସ୍ଥାନୀୟ ଲୋକେ । ଏହାପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ଆନ୍ଦୋଳନ ହଟିଥିଲା ।

ଭିଡ଼ିଓ ସୌଜନ୍ୟ: ସମ୍ବାଦଦାତା, କେନ୍ଦୁଝର

ସୂଚନାଯୋଗ୍ୟ, ଗତ ଶୁକ୍ରବାର ବିଳମ୍ବିତ ରାତି 11ଟା 15ମିନିଟରେ ଖକନ ସାହୁ ନାମକ ଜଣେ ଯୁବକ ରାସ୍ତାର ଡ୍ରେନ ଉପରେ ବସି ଫୋନରେ କଥା ହେଉଥିବା ବେଳେ 407 ଗାଡି ତାଙ୍କୁ ଧକ୍କା ଦେଇଥିଲା । ଏହା ପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା ।

ତେବେ ଧକ୍କା ଦେଇଥିବା ଗାଡ଼ିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ କ୍ଷତିପୂରଣ ପାଇଁ ଦାବି କରିଥିଲେ ସ୍ଥାନୀୟ ଲୋକେ ।

କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ

ABOUT THE AUTHOR

...view details