ଓଡିଶା

odisha

ETV Bharat / state

ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଜାରି - ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ଆଗାମୀ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ଶାସକ ବିଜୁ ଜନତା ଦଳ । ବର୍ତ୍ତମାନ ଠାରୁ ଏକ କୋଟି ସଭ୍ୟ ସଂଗ୍ରହ ଅଭିଯାନରେ ଲାଗିପଡିଛି ଦଳ । କେନ୍ଦ୍ରାପଡାରେ ଏନେଇ ଅନୁଷ୍ଠିତ ହୋଇଥିଲା ଦଳୀୟ ସଭ୍ୟ ସଂଗ୍ରହ ଅଭିଯାନ।

ଫଟୋ ସୌଜନ୍ୟ: ସମ୍ବାଦଦାତା, କେନ୍ଦ୍ରାପଡା

By

Published : Sep 10, 2019, 11:43 PM IST

କେନ୍ଦ୍ରାପଡ଼ା: ଜିଲ୍ଲା ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ଇଚ୍ଛାପୁର ଠାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରପଡା ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ତରାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦଳର ଆଗାମୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯାଇଥିଲା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କେନ୍ଦ୍ରାପଡା

ଦଳ ପକ୍ଷରୁ ଆରମ୍ଭ ହୋଇଥିବା ସଦସ୍ୟ ସଂଗ୍ରହ ଅଭିଯାନକୁ ତ୍ୱରାନ୍ୱିତ କରିବା ସହିତ ମୁଖ୍ୟମନ୍ତ୍ରୀଙ୍କ 5T ସୂତ୍ରକୁ କାର୍ଯ୍ୟକାରୀ କରିବା ଦିଗରେ ଆଲୋଚନା ହୋଇଥିଲା । ଆଲୋଚନାରେ ଦଳୀୟ ନେତା ଏହା ଉପରେ ଗୁରୁତ୍ବାରୋପ କରିଥିଲେ । ବୈଠକରେ ଜିଲା ପର୍ଯ୍ୟବେକ୍ଷକ ପ୍ରମିଳା ମଲ୍ଲିକ, ଆଳି ବିଧାୟକ ପ୍ରତାପ ଦେବ, କେନ୍ଦ୍ରାପଡ଼ା ବିଧାୟକ ଶଶୀଭୂଷଣ ବେହେରା, ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ, ରାଜନଗର ବିଧାୟକ ଧୃବଚରଣ ସାହୁଙ୍କ ସମେତ ଦଳର ବହୁ ନେତା ଓ ଶତାଧିକ କର୍ମୀ ଯୋଗ ଦେଇଥିଲେ ।

କେନ୍ଦ୍ରାପଡାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ

ABOUT THE AUTHOR

...view details