ଓଡିଶା

odisha

By

Published : Jul 13, 2023, 3:43 PM IST

ETV Bharat / state

ସେତୁ ଯୋଜନା: ସାମିଲ ହେବ ଚିତ୍ରକୋଣ୍ଡା ଓ କୋରୁକୁଣ୍ଡା ବ୍ଲକର ୧୦ ପଞ୍ଚାୟତ

ସେତୁ ଯୋଜନାରେ ସାମିଲ ହେବାକୁ ଯାଉଛି ଚିତ୍ରକୋଣ୍ଡା ଓ କୋରୁକୁଣ୍ଡା ବ୍ଲକର ୧୦ ପଞ୍ଚାୟତ । ବ୍ୟୟ ଅଟକଳ ୫୦ ରୁ ୧୦୦ କୋଟିକୁ ବୃଦ୍ଧି କଲେ ସରକାର । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର:ସେତୁ ଯୋଜନାରେ ଚିତ୍ରକୋଣ୍ଡା ଓ କୋରୁକୁଣ୍ଡା ବ୍ଲକର ୧୦ ଟି ପଞ୍ଚାୟତ ଅନ୍ତର୍ଭୁକ୍ତ ହେବ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସେତୁ ଯୋଜନା ବ୍ୟୟ ଅଟକଳ ୫୦ରୁ ୧୦୦ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି । ସମାଜର ମୁଖ୍ୟସ୍ରୋତରୁ ବିଚ୍ଛିନ୍ନ ଥିବା ଅଞ୍ଚଳବାସୀଙ୍କ ବିକାଶ ଲାଗି ଏହି ଯୋଜନା ଆରମ୍ଭ କରିଛନ୍ତି ରାଜ୍ୟ ସରକାର ।

ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନ ହୋଇଛି । ଏହାକୁ ଉପଲବ୍ଧି କରି ରାଜ୍ୟ ସରକାର ନୂଆ ପଦକ୍ଷେପ ନେଇଛନ୍ତି । ଚିତ୍ରକୋଣ୍ଡା ବ୍ଲକର ୯ଟି ପଞ୍ଚାୟତ ସେତୁ ଯୋଜନାରେ ସାମିଲ କରାଯିବ । ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡ଼ପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଳକର ନାକାମାମୁଡି ପଞ୍ଚାୟତ ସହିତ ମୋଟ ୧୦ଟି ଅନୁନ୍ନତ ପଞ୍ଚାୟତକୁ ସେତୁ ଯୋଜନାରେ ସାମିଲ କରାଯିବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ବି ପଢନ୍ତୁ- ଜୁଲାଇ ସୁଦ୍ଧା ଶେଷ ହେବ ବିଜୁ ସେତୁ ଯୋଜନାରେ ୨୦୦ ପ୍ରକଳ୍ପର ସର୍ଭେ ଓ ଜିଏଡି ମଞ୍ଜୁରି

ଏଥି ସହିତ ସେତୁ ଯୋଜନାରେ ବ୍ୟୟ ଅଟକଳ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ୫୦ କୋଟିରୁ ୧୦୦ କୋଟି କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଚିତ୍ରକୋଣ୍ଡା ବ୍ଳକର ୯ ଟି ବିଚ୍ଛିନ୍ନାଞ୍ଚଳ ପଞ୍ଚାୟତକୁ ଗୁରୁପ୍ରିୟା ସେତୁ ଦ୍ବାରା ସଂଯୋଗ କରାଯାଇଛି । ଯାହା ସ୍ବାଭିମାନ ଅଞ୍ଚଳ ନାମରେ ନାମିତ । ଏହି ଅନୁନ୍ନତ ଅଞ୍ଚଳର ଲୋକମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ SETU ( Socio-Economic Transformation and Upliftment) ଯୋଜନା ୨୦୧୮ ମସିହାରୁ କାର୍ଯ୍ୟକାରୀ ହେଉଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀ ଗତ ମାର୍ଚ୍ଚ ୨୮ ତାରିଖରେ ମାଲକାନଗିରିର ଚିତ୍ରକୋଣ୍ଡା ବ୍ଳକ ପରିଦର୍ଶନ କରିଥିଲେ । ଲୋକମାନଙ୍କ ସ୍ବାର୍ଥ, ସେମାନଙ୍କର ଅଭାବ ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ । ଏତଦବ୍ୟତୀତ ଏହି ଅଞ୍ଚଳର ଶାନ୍ତି ଓ ସୁରକ୍ଷା ପାଇଁ ନିୟୋଜିତ ଅର୍ଦ୍ଧସାମରିକ ବାହିନୀ ପ୍ରତିଷ୍ଠାନର ଭିତ୍ତିଭୂମି ଉନ୍ନତିକରଣ ଓ ସମ୍ପ୍ରସାରଣ ପାଇଁ ସେତୁ ଯୋଜନାରେ ୯ କୋଟି ୬୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ସୂଚନା ଥାଉ କି ବିଜୁ ସେତୁ ଯୋଜନା ଅଧୀନରେ ୨୦୨୩ -୨୪ ଆର୍ଥିକ ବର୍ଷରେ ଅନ୍ୟୁନ ୨୦୦ଟି ପ୍ରକଳ୍ପର ସର୍ଭେ କାର୍ଯ୍ୟ ଓ ଜିଏଡି ମଞ୍ଜୁରି ଜୁଲାଇ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details