ଓଡିଶା

odisha

ETV Bharat / state

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ବଦଳିଲେ 5 ଜିଲ୍ଲାର ଜିଲ୍ଲାପାଳ

ଜିଲ୍ଲାପାଳ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। 5 ଜିଲ୍ଲାର ଜିଲ୍ଲାପାଳଙ୍କୁ ଶନିବାର ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି।

By

Published : Feb 9, 2019, 9:20 PM IST

ଫଟୋ ସୌଜନ୍ୟ: ବ୍ୟୁରୋ ଚିଫ୍‌, ଭୁବନେଶ୍ବର


ଭୁବନେଶ୍ୱର: ରାଜ୍ୟ ପ୍ରଶାସନିକ ସ୍ତରରେ ହୋଇଛି ବଡ ଧରଣର ଅଦଳବଦଳ। ବିଶେଷ କରି ଜିଲ୍ଲାପାଳ ସ୍ତରରେ ଏହି ଅଦଳବଦଳ କରାଯାଇଛି। ଶନିବାର 5 ଜିଲ୍ଲାର ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି।

ଅନୁଗୁଳ ଜିଲ୍ଲାପାଳ ଅନିଲ କୁମାର ସାମଲଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଭାବେ ବଦଳି କରାଯାଇଛି। ସେହିଭଳି ଝାରସୁଗୁଡା ଜିଲ୍ଲାପାଳ ବିଭୂତି ଭୂଷଣ ପଟ୍ଟନାୟକଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ବର୍ତ୍ତମାନ ଅର୍ଚ୍ଚନା ପଟ୍ଟନାୟକ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ।

ଜଗତସିଂହପୁର ଜିଲ୍ଲାପାଳ ଯାମିନୀ ଷଡଙ୍ଗୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଥିବାବେଳେ ରାୟଗଡା ଜିଲ୍ଲାପାଳ ଗୁହା ପୁନମ ତାପସ କୁମାରଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେହିଭଳି ସମ୍ବଲପୁର ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ଭୁବନେଶ୍ୱର ମହାନଗର ନିଗମର କମିଶନର ଭାବେ, ବିଏମସି କମିଶନର ଥିବା ଶୁଭମ ସକ୍ସେନାଙ୍କୁ ସମ୍ବଲପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ବିଭୂତି ଭୁଷଣ ଦାସଙ୍କୁ ଝାରସୁଗୁଡା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

ଏଥିସହିତ ପୂର୍ତ୍ତ, ଖଣି ଓ ଇସ୍ପାତ ସଚିବଙ୍କ ବ୍ୟକ୍ତିଗତ ସଚିବ ଭାବେ ଅବସ୍ଥାପିତ ହୋଇଥିବା ପ୍ରମୋଦ କୁମାର ବେହେରାଙ୍କୁ ରାୟଗଡା ଜିଲ୍ଲାପାଳ ଭାବେ ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷର ସଚିବ ମନୋଜ କୁମାର ମହାନ୍ତିଙ୍କୁ ଅନୁଗୁଳ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।


ଭୁବନେଶ୍ୱରରୁ ଅଜିତ ଦାଶ, ଇଟିଭି ଭାରତ

For All Latest Updates

ABOUT THE AUTHOR

...view details