ଭୁବନେଶ୍ବର:ରାଜ୍ୟରେ କାୟା ମେଲାଉଛି କୋରୋନା । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି ।ରାଜ୍ୟରେ ଆଜି ପୁଣି ୫ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫ ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ୍ ୧୮ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ଦେଶରେ ମଧ୍ୟ କିଛି ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ଦେଶରେ ଗତ 24 ଘଣ୍ଟା ମଧ୍ୟରେ 841 ନୂଆ କୋଭିଡ ମାମଲା ସାମ୍ନାକୁ ଆସିଛି
ଏହାମଧ୍ୟ ପଢନ୍ତୁ...ଘାରିଲାଣି କୋରୋନା ଭୟ, ପ୍ରିକସନ ନନେଲେ ଆଗକୁ ସ୍ଥିତି ଚିନ୍ତାଜନକ ହୋଇପାରେ
ଅନ୍ୟପଟେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସଜାଗ ରହିବାକୁ ଜନସାଧାରଣଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏନେଇ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଡିନ୍, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, କ୍ୟାପିଟାଲ ହସ୍ପିଟାଲ ଏବଂ ଆର୍ଜିଏଚ୍ ହସ୍ପିଟାଲର ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସର୍ଭିଲାନ୍ସ, ଟେଷ୍ଟିଂ ବଢ଼ାଇବା ସହିତ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି । ଅକ୍ସିଜେନ ବେଡ୍ ପ୍ରସ୍ତୁତ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।