ଭୁବନେଶ୍ବର: BSKYରେ ୬.୩୧ ଲକ୍ଷ ଲୋକଙ୍କୁ ମିଳିଲାଲାଣି ଦେୟମୁକ୍ତ ଚିକିତ୍ସା । ଚିକିତ୍ସା ଖର୍ଚ୍ଚ ବାବଦକୁ ରାଜ୍ୟ ସରକାର ପୈଠ କରିଛନ୍ତି ୧୩୮୯ କୋଟି ଟଙ୍କା । ସେବା ମନୋବୃତ୍ତିରେ କାର୍ଯ୍ୟ କରିବାକୁ ସ୍ବାସ୍ଥ୍ୟ ମିତ୍ରମାନଙ୍କୁ ପରାମର୍ଶ ଦିଆଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶାଳିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରୁ ଏହା ଜଣାପଡିଛି ।
BSKY ଚଳିତ ବର୍ଷ ଜାନୁଆରୀ ୧ ତାରିଖରୁ ଡ଼ିସେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ପ୍ରାୟ ୬.୩୧ ଲକ୍ଷ ଲୋକ ବିଭିନ୍ନ ଘରୋଇ ହସ୍ପିଟାଲରେ ଉଚ୍ଚମାନର ଦେୟମୁକ୍ତ ଚିକିତ୍ସା ପାଇଛନ୍ତି । ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାର ଲୋକ BSKYରେ ଚିକିତ୍ସା ସୁବିଧା ପାଇଛନ୍ତି । ଚିକିତ୍ସା ପାଇଁ ଆସିଥିବା ଶତ ପ୍ରତିଶତ ରୋଗୀଙ୍କୁ ୧୦୪ କଲ୍ ସେଣ୍ଟର ମାଧ୍ୟମରେ କାଉସେଲିଂ କରାଯାଇଛି । BSKYରେ ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୨୦୫୬ଟି ଚିକିତ୍ସା ଓ ନିଦାନ ପ୍ୟାକେଜ କରାଯାଇଛି ।