ଓଡିଶା

odisha

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

By

Published : Sep 7, 2020, 10:49 AM IST

ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ମଦନପୁର ପଞ୍ଚାୟତର ଦେଉଳିଆପଣା ଗ୍ରାମରେ ସୋମବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି ।

hanging
ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ମଦନପୁର ପଞ୍ଚାୟତର ଦେଉଳିଆପଣା ଗ୍ରାମରେ ସୋମବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ଦେଉଳିଆପଣା ଗ୍ରାମର ଲିଙ୍ଗରାଜ ଜୟସିଂ ବୋଲି ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ସୋମବାର ସକାଳୁ ଲିଙ୍ଗରାଜଙ୍କୁ ନିଜ ଘରେ ଝୁଲନ୍ତା ଅବସ୍ଥାରେ ଦେଖି ଗ୍ରାମବାସୀ ପୋଲିସକୁ ସୂଚନା ଦେଇଥିଲେ । ପରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ABOUT THE AUTHOR

...view details