ଓଡିଶା

odisha

By

Published : Jun 26, 2023, 9:42 PM IST

ETV Bharat / state

ବାବୁ ପଢିବେ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ପାଠ; OSDMA, OSOU ଓ ଉଚ୍ଚଶିକ୍ଷା ବିଭାଗ ମଧ୍ୟରେ ବୁଝାମଣା

ଐତିହାସିକ ନିଷ୍ପତ୍ତି କ୍ରମେ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କଠାରୁ ଆରମ୍ଭ କରି ଗ୍ରୁପ-ଡି ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ସମ୍ବନ୍ଧୀୟ ତାଲିମ ଦିଆଯିବ । ଏହି ନିଷ୍ପତ୍ତି ଅନୁପାଳନପୂର୍ବକ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ନିମନ୍ତେ ଉକ୍ତ ବିଷୟ ସମ୍ବନ୍ଧୀୟ ପାଠ୍ୟକ୍ରମ ବିକଶିତ କରାଯାଉଛି । ଅଧିକ ପଢନ୍ତୁ

ବାବୁ ପଢିବେ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ପାଠ; OSDMA, OSOU ଓ ଉଚ୍ଚଶିକ୍ଷା ବିଭାଗ ମଧ୍ୟରେ ବୁଝାମଣା
ବାବୁ ପଢିବେ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ପାଠ; OSDMA, OSOU ଓ ଉଚ୍ଚଶିକ୍ଷା ବିଭାଗ ମଧ୍ୟରେ ବୁଝାମଣା

ବାବୁ ପଢିବେ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ପାଠ; OSDMA, OSOU ଓ ଉଚ୍ଚଶିକ୍ଷା ବିଭାଗ ମଧ୍ୟରେ ବୁଝାମଣା

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବଙ୍କଠାରୁ ଆରମ୍ଭ କରି ଗ୍ରୁପ-ଡି ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ଦିଆଯିବ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ସମ୍ବନ୍ଧୀୟ ତାଲିମ । ୨୦୨୧ ମେ ୨୯ ରେ ରାଜ୍ୟ ମନ୍ତ୍ରୀ ପରିଷଦ ଏହି ନିଷ୍ପତ୍ତି ନେଇଥିଲା । ଏହାକୁ ଦୃଷ୍ଟିରେ ରଖି ଆଜି ଏକ ତ୍ରିପାକ୍ଷିକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(OSDMA), ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ, ସମ୍ବଲପୁର ଓ ଉଚ୍ଚଶିକ୍ଷା ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି ।

ଐତିହାସିକ ନିଷ୍ପତ୍ତି କ୍ରମେ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କଠାରୁ ଆରମ୍ଭ କରି ଗ୍ରୁପ-ଡି ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ସମ୍ବନ୍ଧୀୟ ତାଲିମ ଦିଆଯିବ । ଏହି ନିଷ୍ପତ୍ତି ଅନୁପାଳନପୂର୍ବକ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ନିମନ୍ତେ ଉକ୍ତ ବିଷୟ ସମ୍ବନ୍ଧୀୟ ପାଠ୍ୟକ୍ରମ ବିକଶିତ କରାଯାଉଛି । ଗ୍ରୁପ-ଡି ସ୍ତରର ସମସ୍ତ କର୍ମଚାରୀଙ୍କ ପାଇଁ ଯେଉଁ ପାଠ୍ୟକ୍ରମ ନିର୍ଦ୍ଧାରିତ ହେବ । ତାହା କ୍ରମାଗତ ଭାବେ ବୃଦ୍ଧି ହୋଇ ଗ୍ରୁପ-ଏ ସ୍ତରର କର୍ମଚାରୀମାନେ ମଧ୍ୟ ସମସ୍ତ ପାଠ୍ୟକ୍ରମକୁ ସଂପୂର୍ଣ୍ଣ କରିବେ । ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(OSDMA), ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ, ସମ୍ବଲପୁର ଓ ଉଚ୍ଚଶିକ୍ଷା ବିଭାଗର ସହଭାଗିତାରେ ଏକ ତ୍ରିପାକ୍ଷିକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି ।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଏସଆରସି ସତ୍ୟବ୍ରତ ସାହୁ, ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ, ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ, ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ, ସମ୍ବଲପୁରର କୁଳପତି ପ୍ରଫେସର ଅର୍କ କୁମାର ଦାସମହାପାତ୍ରଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ଓସଡମା ପକ୍ଷରୁ ପରିଚାଳନା ନିର୍ଦ୍ଦେଶକ ଡ. ଜ୍ଞାନ ଦାସ, ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ସଚିବ ବୀରେନ୍ଦ୍ର କୋରକରା ଏବଂ ଓଡ଼ିଶା ରାଜ୍ୟ ମୁକ୍ତ ବିଦ୍ୟାଳୟ, ସମ୍ବଲପୁରଙ୍କ ପକ୍ଷରୁ ରେଜିଷ୍ଟ୍ରାର ପ୍ରଫେସର ମାନସ ରଞ୍ଜନ ପୂଜାରୀ ଏହି ବୁଝାମଣାପତ୍ରରେ ସ୍ଵାକ୍ଷର କରିଛନ୍ତି ।

ପାଠ୍ୟକ୍ରମ ପ୍ରସ୍ତୁତ କରିବାରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ ବୈଷୟିକ ସହାୟତା କ୍ଷେତ୍ରରେ ବିଭିନ୍ନ ବିଭାଗ ସ୍ତରୀୟ ସରକାରୀ କର୍ମଚାରୀମାନଙ୍କର ଦକ୍ଷତା ବୃଦ୍ଧି କରିବା ଏହି ମିଳିତ ପ୍ରୟାସର ମୁଖ୍ୟ ଉଦ୍ଦେଶ୍ୟ । ନିର୍ଦ୍ଦେଶାବଳୀ ଅନୁଯାୟୀ ଏହି ପାଠ୍ୟକ୍ରମକୁ ମୁକ୍ତ ଏବଂ ଦୂର ଶିକ୍ଷା ନିମନ୍ତେ ଶିକ୍ଷଣ ପରିଚାଳନା ବ୍ୟବସ୍ଥା ପ୍ଲାଟଫର୍ମରେ ଅନ-ଲାଇନରେ ମାଧ୍ୟମରେ ଡିଜାଇନ ଏବଂ ବିକାଶ କରାଯାଇଛି । ତାଲିମ, ଦକ୍ଷତା ବୃଦ୍ଧି ଏବଂ ପ୍ରଦାନ କରିବ । ବିପର୍ଯ୍ୟୟ ପରିଚାଳନା ସହ ଶିକ୍ଷାର୍ଥୀମାନଙ୍କର ଡାଟାବେସ ବିକାଶ, ସେମାନଙ୍କର ଅଗ୍ରଗତିକୁ ନିରୀକ୍ଷଣ କରାଯିବ । ଅନଲାଇନ ପାଠ୍ୟକ୍ରମର ସମାପ୍ତି ପରେ ପ୍ରମାଣପତ୍ର ପ୍ରଦାନ ନିମନ୍ତେ ଏକ ୱେବ ଆଧାରିତ ଆପ୍ଲିକେଶନ ବିକଶିତ କରାଯାଇଛି ।

ଅନଲାଇନ ପାଠ୍ୟକ୍ରମକୁ ଅଧିକ ପ୍ରଭାବୀ ଏବଂ ଆଗ୍ରହପୂର୍ଣ୍ଣ କରିବା ନିମନ୍ତେ ଦୃଶ୍ୟଶ୍ରାବ୍ୟ ପରି ଶିକ୍ଷଣ ସାମଗ୍ରୀ ଏବଂ ମଲ୍ଟିମିଡିଆ ଶିକ୍ଷଣ ପ୍ୟାକେଜ ଅନ୍ତର୍ଭୁକ୍ତ କରାଯାଇଛି । ବିପର୍ଯ୍ୟୟ ପରିଚାଳନା ପାଠ୍ୟକ୍ରମର ଆବଶ୍ୟକତା ଭିର୍ତ୍ତିକ ମୂଲ୍ୟାୟନ ପାଇଁ ଅଧିକାରୀମାନଙ୍କର ମୂଲ୍ୟାଙ୍କନ, ପ୍ରମାଣପତ୍ର ଏବଂ ଅଧ୍ୟୟନ ରିପୋର୍ଟ ପ୍ରସ୍ତୁତ କରାଯିବ । ଏହି ତାଲିମଗୁଡିକ ପାଇଁ ମନୋନୀତ ଶିକ୍ଷାନୁଷ୍ଠାନରୁ ବିପର୍ଯ୍ୟୟ ପରିଚାଳନାରେ ଦକ୍ଷତା ତଥା ଅଭିଜ୍ଞତା ଥିବା ଶିକ୍ଷକ ଏବଂ ଅଭିଜ୍ଞତାସଂପନ୍ନ କାର୍ଯ୍ୟରତ ବ୍ୟକ୍ତିଙ୍କୁ ଚୟନ କରାଯିବ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details