ଭୁବନେଶ୍ବର:ପୁରୀରେ ଭାରତୀୟ ପ୍ରତ୍ନତତ୍ତ୍ବ ସଂସ୍ଥା (ASI)ର ନୂତନ ମଣ୍ଡଳ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା ହେବ । ରାଜ୍ୟର ଗୌରବମୟ ଐତିହ୍ୟ ଓ କୀର୍ତ୍ତିରାଜିକୁ ସଂରକ୍ଷଣ କରିବା ଦିଗରେ ବଡ଼ ପଦକ୍ଷେପ । ଓଡ଼ିଶାରେ କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ବିଭାଗ (ଏଏସଆଇ) ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ନିଷ୍ପତିକୁ ସ୍ବାଗତ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ଧର୍ମେନ୍ଦ୍ର ।
ଏହା ବି ପଢନ୍ତୁ...ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲା, ୮ଟି ସ୍ଥାନରେ ଇଡିର ତନାଘନା