ଖୋର୍ଦ୍ଧା: ପଣ୍ଡ ହେଲା ଶିକାରୀଙ୍କ ଉଦ୍ୟମ । ସରଂକ୍ଷିତ ଜଙ୍ଗଲରେ ନିଆଁ ଲଗାଇ ଶିକାରୀଙ୍କ ଶିକାର କରିବା ଉଦ୍ୟମ ପଣ୍ଡ ହୋଇଛି । ଏଥିରେ ଚାରି ଦୁର୍ବୃତ୍ତଙ୍କୁ ଗିରଫ କରାଯାଇଛି । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବନଖଣ୍ଡ ଅଧିନସ୍ଥ ଅରାଙ୍ଗ ସରଂକ୍ଷିତ ଜଙ୍ଗଲରେ ଘଟିଛି ଏହି ଘଟଣା ।

ଖୋର୍ଦ୍ଧାରେ 4 ଜଣ ଦୁର୍ବୃତ୍ତ ନିଆଁ ଲଗାଇ ଶିକାର କରିବା ପାଇଁ ଉଦ୍ୟତ ହେଉଥିଲେ। ଖବର ପାଇ ତୁରନ୍ତ ବାଲୁଗାଁ ବନାଞ୍ଚଳ ଅଧିକାରୀ ପ୍ରତାପ ମହାନ୍ତି ସଦଳବଳେ ଉକ୍ତ ଅଞ୍ଚଳରେ ଚଢ଼ାଉ କରି ଦୁର୍ବୃତ୍ତମାନଙ୍କୁ କାବୁ କରି ଗିରଫ କରିବାରେ ସଫଳ ହୋଇଛି ।