ଖୋର୍ଦ୍ଧା: ବେଗୁନିଆ ବ୍ଲକ କଣ୍ଟାବାଡ଼ ଗ୍ରାମ ପଞ୍ଚାୟତର ବାସୁଦେବପୁର ଗ୍ରାମରୁ ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗ୍ରାମକୁ 72 ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି ଜିଲାପାଳ । ଆକ୍ରାନ୍ତ ଯୁବକ ଜଣକ ହୋମ କ୍ଵରେଣ୍ଟାଇନରେ ରହିଥିବା ବେଳେ ସ୍ଥାନୀୟ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି ।
ବାସୁଦେବପୁର ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା - Basudebpur declared containment zone
ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକର ବାସୁଦେବପୁର ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲାପାଳ । ଏହି ଗାଁ ରେ ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...
ବାସୁଦେବପୁର ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା
ଏହା ପରେ ପ୍ରଶାସନ ପକ୍ଷରୁ 27 ତାରିଖ ସକାଳ 7ଟା ଠାରୁ 30 ତାରିଖ ସକାଳ 7ଟା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । କଣ୍ଟେନମେଣ୍ଟ ଜୋନ ଘୋଷଣା ପରେ ଗ୍ରାମକୁ ବାହାରଲୋକଙ୍କ ପ୍ରବେଶ ଓ ପ୍ରସ୍ଥାନ ଉପରେ କଟକଣା ଲାଗିଛି । ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମରେ ଥିବା ସମସ୍ତ ସରକାରୀ ଏବଂ ଘରୋଇ କାର୍ଯ୍ୟାଳୟ ସହ ଦୋକାନ ବଜାର ବନ୍ଦ ନିର୍ଦେଶ ଦିଆଯାଇଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ