ଓଡିଶା

odisha

By

Published : Jul 8, 2023, 10:17 PM IST

ETV Bharat / state

ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ଘୋଷଣା ହେଉ କହିଲା ବିଜେଡି, କାଉଣ୍ଟର କଲେ ଧର୍ମେନ୍ଦ୍ର

ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ଘୋଷଣା କରାଯାଉ ବୋଲି ବିଜେଡି ଦାବି କରିଛି । ଏହାପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

Etv Bharat
Etv Bharat

ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ଘୋଷଣା କରାଯାଉ

ଭୁବନେଶ୍ବର:ପାଇକ ବିଦ୍ରୋହକୁ ତୁରନ୍ତ ପ୍ରଥମ ସ୍ବାଧୀନତା ସଂଗ୍ରାମ ଭାବେ ଘୋଷଣା କରାଯାଉ । ପ୍ରଥମ ସ୍ବାଧୀନତା ସଂଗ୍ରାମ ଘୋଷଣା ପାଇଁ ରାଜ୍ୟ କ୍ୟାବିନେଟରେ ସଙ୍କଳ୍ପ ପାରିତ ହୋଇଛି । ଏହି ପ୍ରସଙ୍ଗରେ 2 ଓଡିଆ କେନ୍ଦ୍ରମନ୍ତ୍ରୀ ଓ 8 ବିଜେପି ସାଂସଦ ନୀରବ ରହିଛନ୍ତି । ଭୁବନେଶ୍ବର ସାଂସଦ ଏନେଇ ମୁହଁ ନଖୋଲିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ କଥା । ଏହା ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ, ଖୋର୍ଦ୍ଧା ଜିଲ୍ଲା ବିଜେଡି ସଭାପତି ବିଭୂତି ବଳବନ୍ତରାୟ ଏବଂ ଉତ୍ତର ବିଧାୟକ ସୁଶାନ୍ତ ରାଉତ ।

ବିଜେଡି ନେତାମାନେ କହିଛନ୍ତି, " ୧୮୧୭ ମସିହାରେ ଘଟିଥିବା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ଭାବେ ଘୋଷଣା କରାଯାଉ । ଯାହା ୧୮୫୭ ବିଦ୍ରୋହର ୪୦ ବର୍ଷ ପୂର୍ବରୁ ଘଟିଥିଲା । ବକ୍ସି ଜଗବନ୍ଧୁଙ୍କ ବୀରତ୍ବର କିମ୍ବଦନ୍ତୀ ସହିତ ଓଡ଼ିଶାର ପାଇକ ବିଦ୍ରୋହ ଗତ 2 ଶତାବ୍ଦୀରୁ ଅଧିକ ସମୟ ଧରି ୪.୫ କୋଟି ଓଡିଆଙ୍କୁ ପ୍ରେରଣା ଦେଇ ଚାଲିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ୧୮ ଜୁଲାଇ ୨୦୧୭ରେ ଓଡିଶା କ୍ୟାବିନେଟ ପାଇକ ବିଦ୍ରୋହକୁ ସ୍ବାଧୀନତାର ପ୍ରଥମ ସଂଗ୍ରାମ ଭାବେ ଘୋଷଣା କରିବାକୁ ଏକ ସଂକଳ୍ପ ପାରିତ କରିଥିଲା । ୨୦୧୭ ଜୁଲାଇ ୧୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେତେବେଳେ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଏକ ପତ୍ର ଲେଖିଥିଲେ । ପାଇକ ବିଦ୍ରୋହକୁ ସ୍ବାଧୀନତାର ପ୍ରଥମ ସଂଗ୍ରାମ ଭାବେ ଘୋଷଣା କରିବାକୁ ରାଜନାଥ ସିଂହଙ୍କୁ ଅନୁରୋଧ କରିଥିଲେ ।"

ଏହା ବି ପଢନ୍ତୁ- Paika Rebellion: ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦାବିରେ ଗର୍ଜିଲେ ମନ୍ତ୍ରୀ

୨୦୧୭ ଜୁଲାଇ ୨୦ ତାରିଖରେ ନୂଆଦିଲ୍ଲୀରେ ପାଇକ ବିଦ୍ରୋହର ଶତାବ୍ଦୀ ସମାରୋହ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଯାହାକୁ ତତ୍କାଳୀନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଉଦଘାଟନ କରିଥିଲେ । ୨୦୨୧ ଡିସେମ୍ବର ୬ ତାରିଖରେ ବିଜେଡି ସାଂସଦଙ୍କ ଏକ ପ୍ରତିନିଧି ଦଳ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ । ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ଭାବରେ ଘୋଷଣା ପାଇଁ ଦାବି କରିଥିଲେ । ତେବେ ଏହା ଆଶ୍ଚର୍ଯ୍ୟର କଥା ଯେ କେନ୍ଦ୍ରରେ ଥିବା 2 ଓଡ଼ିଆ ମନ୍ତ୍ରୀ ତଥା ଓଡ଼ିଶାର ୮ ଜଣ ବିଜେପି ସାଂସଦ ଏହି ପ୍ରସଙ୍ଗରେ ନୀରବ ରହିଛନ୍ତି । କେନ୍ଦ୍ରରେ ଏହି ପ୍ରସଙ୍ଗକୁ ଉଠାଉ ନାହାନ୍ତି ବୋଲି ବିଜେଡି ଅଭିଯୋଗ କରିଛି ।

ବିଜେଡି ଆହୁରି ମଧ୍ୟ ଅଭିଯୋଗ କରି କହିଛି, "ସଂସଦରେ ଓଡିଆ ବିଜେପି ସାଂସଦମାନେ ଏହି ପ୍ରସଙ୍ଗ ମୁହଁ ଖୋଲିଥିବାର ଆମେ କେବେ ବି ଦେଖିନାହୁଁ । ଏହା ପାଇକ ବିଦ୍ରୋହ ପ୍ରତି ସେମାନଙ୍କର ପ୍ରତିବଦ୍ଧତାକୁ ଦର୍ଶାଉଛି । ଭୁବନେଶ୍ୱରର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ମଧ୍ୟ ଏ ପ୍ରସଙ୍ଗରେ ମୁହଁ ନଖୋଲିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଏହା ହେଉଛି ଓଡିଆ ଅସ୍ମିତା ଏବଂ ଓଡିଆ ଆତିଥ୍ୟର କଥା । କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ଦୁଇ ଓଡିଆ ମନ୍ତ୍ରୀ ଏବଂ ୮ଜଣ ବିଜେପି ସାଂସଦ ଚୁପ ରହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଓଡିଶାର ସାଢେ ୪ କୋଟି ଲୋକଙ୍କ ସହ ଆମେ ଦୃଢ ଭାବେ ଦାବି କରୁଛୁ ଯେ କାଳ ବିଳମ୍ବ ନକରି ପାଇକ ବିଦ୍ରୋହକୁ ସ୍ୱାଧୀନତାର ପ୍ରଥମ ସଂଗ୍ରାମ ଭାବରେ କେନ୍ଦ୍ର ସରକାର ଘୋଷଣା କରନ୍ତୁ ।"

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରତିକ୍ରିୟା: -ଏହି ପ୍ରସଙ୍ଗ ଉପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି, "ଯେଉଁମାନେ କେନ୍ଦ୍ରକୁ ଚିଠି ଲେଖୁଛନ୍ତି ସେମାନଙ୍କ ଓଡ଼ିଶା ସହିତ କୌଣସି ସମ୍ପର୍କ ନାହିଁ । କାହାର ଅଜ୍ଞାନତା ପାଇଁ କାହାକୁ କିଛି କହିପାରିବିନି । ଏଇଟା ସେମାନଙ୍କର ମତ । ଏଥିରେ ସହଯୋଗର ଆବଶ୍ୟକତା ରହିଛି । ଓଡ଼ିଶାର ସଂଗ୍ରାମକୁ କେନ୍ଦ୍ରୀୟ ବଜେଟରେ ଉଲ୍ଲେଖ କରିଥିଲେ ମୋଦି ସରକାର । ଏଗୁଡ଼ିକ ଅଭିୟୋଗ କରୁଥିବା ସେହି ବନ୍ଧୁମାନଙ୍କୁ ଦିଶୁନାହିଁ । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ସେମାନଙ୍କୁ ସଦବୁଦ୍ଧି ଦିଅନ୍ତୁ।"

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details