ଓଡିଶା

odisha

ETV Bharat / state

ବାତ୍ୟା ପ୍ରଭାବିତ ଜିଲ୍ଲାରେ ରିଲିଫ ବାଣ୍ଟୁଛି ବିଜୁ ଯୁବ ଛାତ୍ର ଜନତା ଦଳ - ରିଲିଫ ବାଣ୍ଟୁଛି ବିଜେଡି

ବାତ୍ୟା ୟସ୍ ପ୍ରବାଭିତ ଜିଲ୍ଲା ମାନଙ୍କରେ ରିଲିଫ୍ ଏବଂ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ କରିଛି ବିଜୁ ଯୁବ ଓ ଛାତ୍ର ଜନତା ଦଳ । ଅଧିକ ପଢନ୍ତୁ...

BJD youth & student wing distribute food at cyclone affcted district
ବାତ୍ୟା ପ୍ରଭାବିତ ଜିଲ୍ଲାରେ ରିଲିଫ ବାଣ୍ଟୁଛି ବିଜୁ ଯୁବ ଛାତ୍ର ଜନତା ଦଳ

By

Published : May 27, 2021, 8:25 PM IST

ଭୁବନେଶ୍ବର:ବାତ୍ୟା ୟସ୍ ପ୍ରବାଭିତ ଜିଲ୍ଲାମାନଙ୍କରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ରିଲିଫ୍ ଏବଂ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ଦଳର ସାଧାରଣ ସମ୍ପାଦକ ପ୍ରଣବ କୁମାର ବଳବନ୍ତରାୟ ଏବଂ ଛାତ୍ର ବିଜେଡ଼ି ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ବାଲେଶ୍ଵର, ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲ୍ଲା ଗ୍ରସ୍ତ କରିଛନ୍ତି ।

ବାତ୍ୟା ପ୍ରଭାବିତ ଜିଲ୍ଲାରେ ରିଲିଫ ବାଣ୍ଟୁଛି ବିଜୁ ଯୁବ ଛାତ୍ର ଜନତା ଦଳ

ଉଭୟ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମର ନେତୃତ୍ବ ନେଇଛନ୍ତି । ଉଭୟ ପ୍ରଥମେ ବାଲେଶ୍ଵର ଜିଲ୍ଲା ଗ୍ରସ୍ତ କରି ବାତ୍ୟା ପ୍ରଭାବିତ ସମସ୍ତ ଅଞ୍ଚଳ ଗୁଡ଼ିକୁ ପରିଦର୍ଶନ କରିବା ସହ ରିଲିଫ୍ ସାମଗ୍ରୀ ବଣ୍ଟନ କରିଛନ୍ତି । ବିଜୁ ଯୁବ ଛାତ୍ର ଜନତା ଦଳ ସର୍ବଦା ସାମାଜିକ ପ୍ରତିବଦ୍ଧତା ନିମନ୍ତେ ସଂକଳ୍ପବଦ୍ଧ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବାଲେଶ୍ଵର, ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲ୍ଲାରେ ସ୍ବଭାବିକ ପରିସ୍ଥିତି ଫେରି ଆସିବା ପର୍ଯ୍ୟନ୍ତ ଏହି ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମ ଜାରି ରହିବ ବୋଲି କହିଛନ୍ତି ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ପ୍ରଣବ କୁମାର ବଳବନ୍ତରାୟ ।

ବାତ୍ୟା ପ୍ରଭାବିତ ଜିଲ୍ଲାରେ ରିଲିଫ ବାଣ୍ଟୁଛି ବିଜୁ ଯୁବ ଛାତ୍ର ଜନତା ଦଳ
ବାତ୍ୟା ପ୍ରଭାବିତ ଜିଲ୍ଲାରେ ରିଲିଫ ବାଣ୍ଟୁଛି ବିଜୁ ଯୁବ ଛାତ୍ର ଜନତା ଦଳ
ବାତ୍ୟା ପ୍ରଭାବିତ ଜିଲ୍ଲାରେ ରିଲିଫ ବାଣ୍ଟୁଛି ବିଜୁ ଯୁବ ଛାତ୍ର ଜନତା ଦଳ

ଯୁବ ଛାତ୍ର ନେତୃବୃନ୍ଦଙ୍କ ସାମାଜିକ ସହଯୋଗ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ଛାତ୍ର ବିଜେଡି ସଭାପତି ଦେବୀ ରଂଜନ ତ୍ରିପାଠୀ । ରିଲିଫ୍ କାର୍ଯ୍ୟକ୍ରମରେ ସାମିଲ ହୋଇ ସମସ୍ତ ଛାତ୍ର ନେତା ମାନଙ୍କୁ ସେ ଉତ୍ସାହିତ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details