ଓଡିଶା

odisha

By

Published : May 16, 2023, 7:51 AM IST

ETV Bharat / state

‘ସଷ୍ଟେନ: ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସଷ୍ଟେନ : ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପସ୍ଥିତ ରହିଲେ କେନ୍ଦ୍ର ମନ୍ତ୍ରୀ ଜି.କିଷନ ରେଡ୍ଡୀ ଓ ନିତ୍ୟାନନ୍ଦ ରାୟ । ଅଧିକ ପଢ଼ନ୍ତୁ

ଉଦଘାଟିତ ହୋଇଯାଇଛି ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ
ଉଦଘାଟିତ ହୋଇଯାଇଛି ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ

ଉଦଘାଟିତ ହୋଇଯାଇଛି ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ

ଭୁବନେଶ୍ବର: ଉଦଘାଟିତ ହୋଇଯାଇଛି ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ । ଭୁବନେଶ୍ବରରେ ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଅବସରରେ ‘ସଷ୍ଟେନ ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଭୁବନେଶ୍ବରସ୍ଥିତ କଳାଭୂମି ପରିସରରେ ଆୟୋଜିତ ଏହି ପ୍ରଦର୍ଶନୀର ଉଦଘାଟନୀ ସମାରୋହରେ କେନ୍ଦ୍ର ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀ ଜି. କିଷନ ରେଡ୍ଡୀ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଉପସ୍ଥିତ ଥିଲେ ।

ସଂସ୍କୃତି କାର୍ଯ୍ୟଗୋଷ୍ଠୀ ଦ୍ବାରା ଗ୍ରହଣ କରାଯାଇଥିବା ଦ୍ବିତୀୟ ପ୍ରାଥମିକତା: "ଏକ ଦୀର୍ଘସ୍ଥାୟୀ ଭବିଷ୍ୟତ ପାଇଁ ଜୀବନ୍ତ ଐତିହ୍ୟର ଉପଯୋଗ" ବିଷୟବସ୍ତୁକୁ ଆଧାର କରି ଏହି ପ୍ରଦର୍ଶନୀ ଆୟୋଜନ କରାଯାଉଛି । ଆସନ୍ତାକାଲିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଏହି ପ୍ରଦର୍ଶନୀ ସାଧାରଣ ଜନତାଙ୍କ ପାଇଁ ଖୋଲା ରହିବ । ସେହିପରି ଜି-୨୦ ସଦସ୍ୟ ରାଷ୍ଟ୍ର, ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ପ୍ରଦର୍ଶନୀ ବୁଲି ଦେଖିଥିଲେ । ଏହାସହ ପ୍ରଦର୍ଶନୀରେ ଅଂଶଗ୍ରହଣ କରିଥିବା ଶିଳ୍ପୀମାନଙ୍କ ସହିତ କଥା ବାର୍ତ୍ତା ହୋଇଥିଲେ ସଦସ୍ୟମାନେ । ସେମାନେ ମଧ୍ୟ କାରିଗରମାନଙ୍କଠାରୁ ବିଭିନ୍ନ ହସ୍ତକଳାର ତିଆରି ପଦ୍ଧତିର ଦେଖିବାର ଅନୁଭୂତି ହାସଲ କରିଥିଲେ ।

ସୂଚନା ଅନୁଯାୟୀ, ମଧ୍ୟପ୍ରଦେଶର ଖଜୁରୋହୋରେ ଆୟୋଜିତ ପ୍ରଥମ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକରେ ହୋଇଥିବା ବିଚାରବିମର୍ଶକୁ ଆଗକୁ ବଢ଼ାଇବା ଉପରେ ଦ୍ୱିତୀୟ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକରେ ଗୁରୁତ୍ୱାରୋପ କରାଯାଇଛି । ବିଶେଷ ଭାବେ ଭାରତର ଜି୨୦ ଅଧ୍ୟକ୍ଷତାର ସଂସ୍କୃତି ଟ୍ରାକ୍‌ ଅଧୀନରେ ପରିକଳ୍ପନା କରାଯାଇଥିବା ୪ଟି ପ୍ରମୁଖ ପ୍ରାଥମିକତା କ୍ଷେତ୍ର ଉପରେ ସଂସ୍କୃତି କାର୍ଯ୍ୟ ଗୋଷ୍ଠୀର ବୈଠକରେ ଧ୍ୟାନ ଦିଆଯାଇଛି ।

ଅଧିକ ପଢ଼ନ୍ତୁ: Shri Ram temple: ଜୋରସୋରରେ ଚାଲିଛି ଭବ୍ୟ ମନ୍ଦିର ନିର୍ମାଣ, ୮୦% ସରିଲାଣି ଗ୍ରାଉଣ୍ଡ ଫ୍ଲୋର କାର୍ଯ୍ୟ

ଏହି ଚାରିଟି ପ୍ରାଥମିକତା କ୍ଷେତ୍ର ହେଲା: ସାଂସ୍କୃତିକ ସମ୍ପତ୍ତିର ସଂରକ୍ଷଣ ଏବଂ ପୁନଃପ୍ରତିଷ୍ଠା । ଦୀର୍ଘସ୍ଥାୟୀ ଭବିଷ୍ୟତ ପାଇଁ ଜୀବନ୍ତ ଐତିହ୍ୟର ଉପଯୋଗ । ସଂସ୍କୃତି ଏବଂ ସୃଜନଶୀଳ ଉଦ୍ୟୋଗ ଓ ଅର୍ଥବ୍ୟବସ୍ଥାର ପ୍ରୋତ୍ସାହନ । ସଂସ୍କୃତିର ସୁରକ୍ଷା ଓ ସଂରକ୍ଷଣ ପାଇଁ ଡିଜିଟାଲ ପ୍ରଯୁକ୍ତିର ଉପଯୋଗ । ସଂସ୍କୃତି କ୍ଷେତ୍ରରେ ଦେଖା ଦେଇଥିବା ଗମ୍ଭୀର ସମସ୍ୟା ଉପରେ ବିଚାରବିମର୍ଶ କରିବା ଲାଗି ଏହି ବୈଠକ ମଞ୍ଚ ଯୋଗାଇବ ବୋଲି କହିଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ । ବିବିଧ ସଂସ୍କୃତି ଓ ସମୁଦାୟଗୁଡ଼ିକ ମଧ୍ୟରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଉପରେ ଆଧାରିତ ବହୁପକ୍ଷବାଦ ଉପରେ ଭାରତର ଅତୁଟ ବିଶ୍ୱାସକୁ ପ୍ରକଟ କରିବା ଲାଗି ଏହି ଅଭିଯାନ ଆରମ୍ଭ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details