ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲାରେ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ ଓ କେନ୍ଦୁଝର ବଡବିଲରେ ଟ୍ରାଫିକ ପୋଲିସ ଷ୍ଟେସନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ। ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ । ଏନେଇ 23ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି। କେନ୍ଦୁଝର ଓ ବଡବିଲରେ ହେବ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ହେବ ଯେଉଁଥି ପାଇଁ ୨୪ଟି ଅତିରିକ୍ତ ପଦବୀ ସୃଷ୍ଟି ହେବ । ଏ ସଂପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।
ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି । ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଥିବା ବେଳେ ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ । ଏହି ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍ସପେକ୍ଟର, ୬ଟି ସବ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ ଇନିସପେକ୍ଟର, ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି ।
ଏହା ମଧ୍ୟ ପଢନ୍ତୁ -‘ସେମାନେ ପ୍ରଭୁ ରାମକୁ ତାଲା ବନ୍ଦ କରିଥିଲେ, ଏବେ ବଜରଙ୍ଗବାଲୀଙ୍କୁ’; କଂଗ୍ରେସ ଉପରେ କଡା ପ୍ରହାର କଲେ ମୋଦି
ଏହା ମଧ୍ୟ ପଢନ୍ତୁ- Karnataka Polls: କଂଗ୍ରେସର ନିର୍ବାଚନୀ ଇସ୍ତାହାର ଜାରି, ସରକାର ଗଢ଼ିଲେ ମାଗଣା ବିଜୁଳି ସହ ମିଳିବ ବେକାରୀ ଭତ୍ତା
ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି । ଏଥିପାଇଁ ୨୪ଟି ନୂତନ ପଦବୀ ମଞ୍ଜୁର କରାଯାଇଛି । ଏହାଦ୍ଵାରା ଏହି ଦୁଇଟି ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏହି ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ । ସେଥିମଧ୍ୟରେ ୨ଟି ଇନ୍ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବଇନସପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି ।
ପ୍ରକାଶ ଥାଉକି, ସେହିପରି ନିକଟରେ ମଞ୍ଜୁରୀ କରିଥିଲେ, ରାଜଧାନୀ ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର (Fire Station) । ଅଗ୍ନିଶମ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଥିଲେ । ଭୁବନେଶ୍ବରର ପରିସର ଓ ଜନସଂଖ୍ୟା ବୃଦ୍ଧି ପାଉଥିବାରୁ ଧନଜୀବନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ । ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି । ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ । ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ଅଛନ୍ତି ।
ଇଟିଭି ଭାରତ, ଭୁବନେଶ୍ବର