ଭୁବନେଶ୍ବର: କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବିଜେତା ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇବା ସହ ସମ୍ମାନିତ କରିଛନ୍ତି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଡ. ଗାୟତ୍ରୀବାଳାଙ୍କୁ ପଣ୍ଡାଙ୍କୁ ସମ୍ମାନିତ କରିଛନ୍ତି । ଓଡିଶା ପାଇଁ ଗାୟତ୍ରୀ ସମ୍ମାନ ଗର୍ବ ଓ ଗୌରବ ଆଣିଥିବାବେଳେ ଏହା ତାଙ୍କ କ୍ୟାରିୟରରେ ଏକ ମାଇଲଖୁଣ୍ଟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଗୁରୁବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଗାୟତ୍ରୀବାଳାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ ନେଇ ଘୋଷଣା କରାଯାଇଛି । କବିତା ସଂକଳନ ଦୟାନଦୀ ପାଇଁ ଏହି ପୁରସ୍କାର ପାଇବେ ଡ. ଗାୟତ୍ରୀବାଳା ପଣ୍ଡା । କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କୃତ କବିତା ସଂକଳନ “ଦୟାନଦୀ” ୨୦୧୭ରେ ପକ୍ଷୀଘର ପ୍ରକାଶନ ସଂସ୍ଥା ଦ୍ୱାରା ପ୍ରକାଶ ପାଇଥିଲା । କବିତା ସଂକଳନ ‘ଦୟାନଦୀ’ କଳିଙ୍ଗ ଯୁଦ୍ଧ ଉପରେ ଆଧାରିତ । ପୁରସ୍କାର ପ୍ରଦାନ ନେଇ ଘୋଷଣା ହେବା ପରେ ମୁଖ୍ୟମନ୍ତ୍ରୀ ଟ୍ଵିଟ କରି ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ଶୁଭେଚ୍ଛା ଜଣାଇଥିଲେ ।