ଓଡିଶା

odisha

ETV Bharat / state

Odisha Bhawan Expansion In Mumbai: ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ - ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା

ମୁମ୍ବାଇ ସ୍ଥିତ ଓଡିଶା ଭବନର ସଂପ୍ରସାରଣ ( Odisha Bhawan Expansion In Mumbai) ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଓଡିଶା ଭବନର ସଂପ୍ରସାରଣ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik ) ଆଜି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଅଧିକ ପଢନ୍ତୁ

ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

By

Published : Oct 19, 2022, 10:01 PM IST

ଭୁବନେଶ୍ବର: ମୁମ୍ବାଇ ସ୍ଥିତ ଓଡିଶା ଭବନର ସଂପ୍ରସାରଣ ( Odisha Bhawan Expansion In Mumbai) ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଓଡିଶା ଭବନର ସଂପ୍ରସାରଣ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik ) ଆଜି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।

Odisha Bhawan Expansion In Mumbai: ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଏହାବି ପଢନ୍ତୁ- ପ୍ରହସନ ପାଲଟିଛି ଆବାସ ଯୋଜନା, ପଲିଥିନ ତଳେ ବିତୁଛି ଜୀବନ

Odisha Bhawan Expansion In Mumbai: ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ବିଭିନ୍ନ କାର୍ଯ୍ୟରେ ମୁମ୍ବାଇ ଆସୁଥିବା ସରକାରୀ ଅଧିକାରୀ ଓ ଜନସାଧାରଣଙ୍କୁ ମୁମ୍ବାଇ ଭଳି ମେଟ୍ରୋ ସହରରେ ସୁଲଭ ମୂଲ୍ୟରେ ରହଣି ଯୋଗାଇ ଦେବା ଉଦ୍ଦେଶ୍ୟରେ ମୁମ୍ବାଇ ଓଡିଶା ଭବନ କାର୍ଯ୍ୟ କରୁଛି । ଏହି ଭବନରେ ୨୮ ଟି ଏସି ରୁମ ଓ ୪ ଟି ଏସି ଡର୍ମିଟୋରୀ ରହିଛି । ଏହି ସବୁ ରୁମ ମଧ୍ୟରୁ ୧୬ ଟି ୨ ଶଯ୍ୟା ବିଶିଷ୍ଟ ଏସି ରୁମ ଓ ୨ ଟି ଏସି ଡର୍ମିଟୋରୀ ମୁମ୍ବାଇରେ କ୍ୟାନ୍ସର ଭଳି ଦୂରାରୋଗ୍ୟ ବ୍ୟାଧିର ଚିକିତ୍ସା ନିମନ୍ତେ ଆସୁଥିବା ଓଡିଆ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ରହିଛି । ସରକାରଙ୍କ ତରଫରୁ ରିହାତି ମୂଲ୍ୟରେ ଯୋଗାଇ ଦିଆଯାଉଥିବା ଏହି ରହଣି ସୁବିଧା ଦ୍ୱାରା ଓଡିଶାର ଆର୍ଥିକ ଦୁର୍ବଳ ଶ୍ରେଣୀର ରୋଗୀମାନେ ବିଶେଷ ଭାବେ ଉପକୃତ ହେଉଛନ୍ତି ।

Odisha Bhawan Expansion In Mumbai: ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଏହାବି ପଢନ୍ତୁ- Magic Keyboard: 10-Gen iPad ପାଇଁ ମ୍ୟାଜିକ୍ କିବୋର୍ଡ ଫୋଲିଓ ଲଞ୍ଚ୍ କଲା ଆପଲ୍‌

ମୁମ୍ବାଇ ଓଡିଶା ଭବନରେ ରୋଗୀମାନଙ୍କ ପାଇଁ ଅଧିକ ରୁମର ବ୍ୟବସ୍ଥା କରିବାକୁ ଓଡିଶାର ଜନସାଧାରଣ ତଥା ମୁମ୍ବାଇ ସ୍ଥିତ ବିଭିନ୍ନ ଓଡିଆ ସଂଗଠନ ତରଫରୁ ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିଲା । ସେମାନଙ୍କର ଦାବୀକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଆଜି ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।

ଏହାବି ପଢନ୍ତୁ- 5 ଘଣ୍ଟାରୁ କମ୍ ଶୋଉଥିଲେ ସାବଧାନ ! ହୋଇପାରେ ଏହିସବୁ ସମସ୍ୟା

ଏହି ଅବସରରେ ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭିକେ ପାଣ୍ଡିଆନ, ନିର୍ମାଣ ବିଭାଗ ଓ ଇଡକୋର ଅଧିକାରୀ ବୃନ୍ଦ ତଥା ମୁମ୍ବାଇର ବିଭିନ୍ନ ଓଡିଆ ସଂଗଠନର କର୍ମକର୍ତ୍ତା ଉପସ୍ଥିତ ଥିଲେ । ଓଡିଶା ଭବନ, ମୁମ୍ବାଇର ଏହି ସଂପ୍ରସାରଣ ପୂର୍ଣ୍ଣ ହେଲେ ମୁମ୍ବାଇ ଭଳି ବ୍ୟୟବହୁଳ ସହରରେ ଅଧିକ କ୍ୟାନ୍ସର ପୀଡିତଙ୍କୁ ସ୍ୱଳ୍ପ ମୂଲ୍ୟରେ ରହଣି ଯୋଗାଇ ଦିଆଯାଇ ପାରିବ । ଏଥି ନିମନ୍ତେ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details