ଓଡିଶା

odisha

ETV Bharat / state

Nandankanan: ଏକମାସ ମଧ୍ୟରେ ଚାଲିବ ରୋପୱେ ସେବା - ନନ୍ଦନକାନନ ରୋପୱେ ସେବା

ଆସନ୍ତା ଏକ ମାସ ମଧ୍ୟରେ କାର୍ଯ୍ୟକ୍ଷମ ହେବ ନନ୍ଦନକାନନ ରୋପୱେ ସେବା (Nandankanan Ropeway ride) । ରୋପୱେରେ ଦୈନିକ ପ୍ରାୟ ୩ ହଜାର ପର୍ଯ୍ୟଟକ ଯିବା ଆସିବାର ବ୍ୟବସ୍ଥା କରାଯାଉଛି । ଏହାଦ୍ବାରା ପର୍ଯ୍ୟଟକ ମାନେ ବଟାନିକାଲ ପାର୍କ ଓ ଜୁଲୋଜିକାଲ ଉଦ୍ୟାନ ମଧ୍ୟରେ ସିଧାସଳଖ ଭାବେ ଯିବା ଆସିବା କରିପାରିବେ । ଅଧିକ ପଢନ୍ତୁ

Nandankanan
Nandankanan

By

Published : Dec 10, 2022, 10:40 PM IST

Nandankanan: ଏକମାସ ମଧ୍ୟରେ ଚାଲିବ ରୋପୱେ ସେବା

ଭୁବନେଶ୍ବର: ଆସନ୍ତା ଏକ ମାସ ମଧ୍ୟରେ କାର୍ଯ୍ୟକ୍ଷମ ହେବ ନନ୍ଦନକାନନ ରୋପୱେ ସେବା (Nandankanan Ropeway ride) । ରୋପୱେରେ ଦୈନିକ ପ୍ରାୟ ୩ ହଜାର ପର୍ଯ୍ୟଟକ ଯିବା ଆସିବାର ବ୍ୟବସ୍ଥା କରାଯାଉଛି । ଏହାଦ୍ବାରା ପର୍ଯ୍ୟଟକ ମାନେ ବଟାନିକାଲ ପାର୍କ ଓ ଜୁଲୋଜିକାଲ ଉଦ୍ୟାନ ମଧ୍ୟରେ ସିଧାସଳଖ ଭାବେ ଯିବା ଆସିବା କରିପାରିବେ। ଆଜି ନନ୍ଦନକାନନ ଗସ୍ତ କରି ବିଭିନ୍ନ ଉନ୍ନୟନ ଓ ସମ୍ପ୍ରସାରଣ କାର୍ଯ୍ୟର ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର (Chief Secy Suresh Chandra Mohapatra ) ।

ଏହାବି ପଢନ୍ତୁ- Gmail Down: ସାରା ବିଶ୍ୱରେ ଅଚଳ Gmail, ପ୍ରଭାବିତ ୟୁଜର୍ସ

ମୁଖ୍ୟ ଶାସନ ସଚିବ ପର୍ଯ୍ୟଟକ ମାନଙ୍କ ନିମନ୍ତେ ଆନୁଷଙ୍ଗିକ ବ୍ୟବସ୍ଥା ଓ ଉନ୍ନତି ମୂଳକ କାର୍ଯ୍ୟକୁ ତ୍ବରାନ୍ବିତ କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସମୀକ୍ଷା ସମୟରେ ଚୁଡଙ୍ଗ ସଂରକ୍ଷିତ ଓ କୃଷ୍ଣନଗର ପ୍ରସ୍ତାବିତ ଜଙ୍ଗଲ ଅଞ୍ଚଳ ବୁଲି ଦେଖିଛନ୍ତି । ଉଭୟ ଜଙ୍ଗଲର ୬୦୪ ହେକ୍ଟର ଜମିରେ ନନ୍ଦନକାନନର ସଂପ୍ରସାରିତ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏହି ଅଞ୍ଚଳରେ ବାଘ,ସିଂହ, ଭାଲୁ ଓ ତୃଣଭୋଜୀ ଜୀବଜନ୍ତୁ ମାନଙ୍କ ପାଇଁ ସଫାରି ନିର୍ମାଣ ହେବ । ସଫାରି ମଧ୍ୟରେ ପର୍ଯ୍ୟଟକ ମାନଙ୍କ ବୁଲିବା ବ୍ୟବସ୍ଥା, ପ୍ରାଣୀ ଚିକିତ୍ସାକେନ୍ଦ୍ର ମଧ୍ୟ ରହିବ । ଏହି ସଂକ୍ରାନ୍ତୀୟ କାର୍ଯ୍ୟକୁ ତରନ୍ବିତ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ।

ଏହାବି ପଢନ୍ତୁ- Mission 2024: ବିଜେଡି କହିଲା 125 ଆସନ ଜିତିବୁ, ବିଜେପିର କଡା ଜବାବ, କଂଗ୍ରେସ କହିଲା ଆମେ ପାଉଁଶ ଗଦାରୁ ଉଠି ଛିଡାହେବୁ

ଏହାସହ ବଟାନିକାଲ ଗାର୍ଡେନର ମଧ୍ୟ ବିଭିନ୍ନ କାର୍ଯ୍ୟ ସମୀକ୍ଷା କରିଛନ୍ତି । ରୋପୱେକୁ ଆସନ୍ତା ଏକମାସ ମଧ୍ୟରେ କାର୍ଯ୍ୟକ୍ଷମ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ପର୍ଯ୍ୟଟନ ଋତୁରେ ଅଧିକ ସଂଖ୍ୟକ ପର୍ଯ୍ୟଟକ ନନ୍ଦନକାନନ ଆସିବା ଆଶା କରାଯାଉଥିବାରୁ ଯଥା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ନିର୍ଦେଶ ଦେଇଛନ୍ତି । ରୋପୱେରେ ଦୈନିକ ପ୍ରାୟ ୩ ହଜାର ପର୍ଯ୍ୟଟକ ଯିବା ଆସିବାର ବ୍ୟବସ୍ଥା କରାଯାଉଛି । ଏହାଦ୍ବାରା ପର୍ଯ୍ୟଟକ ମାନେ ବଟାନିକାଲ ଗାର୍ଡେନ ଓ ଜୁଲୋଜିକାଲ ଉଦ୍ୟାନ ମଧ୍ୟରେ ସିଧାସଳଖ ଭାବେ ଯିବା ଆସିବା କରିପାରିବେ ।

ସେହିଭଳି ୯ କୋଟି ଟଙ୍କା ବିନିମୟରେ ବଟାନିକାଲ ଗାର୍ଡେନ ମଧ୍ୟସ୍ଥ କିଆକଣି ହ୍ରଦର ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ । ଏହି ହ୍ରଦରେ ପର୍ଯ୍ୟଟକ ମାନଙ୍କ ମନୋରଞ୍ଜନ ନିମନ୍ତେ ବୋଟିଂ ବ୍ୟବସ୍ଥା ମଧ୍ୟ କରାଯିବ । ବଟାନିକାଲ ଗାର୍ଡେନ ସମ୍ମୁଖ ଗେଟ ନିର୍ମାଣ, ସଂଲଗ୍ନ ରାସ୍ତା, ଶୌଚାଳୟ, ପାଦଚଲା ରାସ୍ତା ନିର୍ମାଣ ସଂପର୍କରେ ଅବଗତ ହେବା ସହ ନିର୍ମାଣ କାର୍ଯ୍ୟକୁ ତରାନ୍ବିତ କରିବାକୁ ସେ ପରାମର୍ଶ ଦେଇଥିଲେ ।

ଏହାବି ପଢନ୍ତୁ- Digital Dialogue: ଦର୍ଶକ ଗର୍ବର ସହ ଆସି ପ୍ରତୀକ୍ଷା ଦେଖୁଛନ୍ତି, ଏହା ହିଁ ସଫଳତା: ଅଭିନେତା ଦୀପନ୍ୱିତ

ଏହା ସହ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ଟୟଟ୍ରେନ, ପ୍ରସ୍ଥାନ ସ୍ଥାନର ନିର୍ମାଣ କାର୍ଯ୍ୟ, ପର୍ଯ୍ୟଟନ ସହାୟତା କେନ୍ଦ୍ର ମଧ୍ୟ ବୁଲି ଦେଖିଛନ୍ତି । ବହୁତଳ ଓ ବସ ପାର୍କିଂ ବ୍ୟବସ୍ଥାର ମଧ୍ୟ ଯାଞ୍ଚ କରିଥିଲେ । ନନ୍ଦନକାନନର ଆଧୁନିକୀକରଣ ନିମନ୍ତେ ଖୁବଶୀଘ୍ର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶକଙ୍କୁ ସେ ପରାମର୍ଶ ଦେଇଛନ୍ତି । ଆସନ୍ତା ଏକ ବର୍ଷ ମଧ୍ୟରେ ଏହି ଆଧୁନିକୀକରଣ ଶେଷ ହେବା ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି । ଏହି ସମୀକ୍ଷା ସମୟରେ ନନ୍ଦନକାନନ ନିର୍ଦ୍ଦେଶକ ଡଃ ମନୋଜ ଭି. ନାୟାର, ଉପନିର୍ଦ୍ଦେଶକ ଡଃ ସଞ୍ଜିତ କୁମାର, ଖୋର୍ଦ୍ଧା ଜିଲ୍ଲାପାଳ ସୁଦର୍ଶନ ଚକ୍ରବର୍ତ୍ତୀ ପ୍ରମୁଖ ଉପସ୍ଥିତ ରହିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details