ଓଡିଶା

odisha

ETV Bharat / state

G20 Presidency : ଜନଭାଗିଦାରୀ ଅଧୀନରେ ସ୍ୱଚ୍ଛତା ଅଭିଯାନ

ଆଜି ପ୍ରତିଷ୍ଠାନର ନିଜସ୍ୱ କ୍ୟାମ୍ପସ ଏବଂ ଆଖପାଖ ଅଞ୍ଚଳରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରତିଷ୍ଠାନର ଛାତ୍ରଛାତ୍ରୀ, ଶିକ୍ଷକ, କର୍ମଚାରୀଙ୍କ ସମେତ ସ୍ଥାନୀୟ ଜନସାଧାରଣ ସାମିଲ ହୋଇଥିଲେ । ଅଧିକ ପଢନ୍ତୁ

ଜନଭାଗିଦାରୀ ଅଧୀନରେ ସ୍ୱଚ୍ଛତା ଅଭିଯାନ
ଜନଭାଗିଦାରୀ ଅଧୀନରେ ସ୍ୱଚ୍ଛତା ଅଭିଯାନ

By

Published : Apr 4, 2023, 11:03 PM IST

ଭୁବନେଶ୍ବର: ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ଦେଶର ବିଭିନ୍ନ ସ୍ଥାନରେ ବୈଠକମାନଙ୍କ ଆୟୋଜନ କରାଯାଉଛି । ଚଳିତ ମାସ ୨୭ ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ଆୟୋଜନ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକ୍ରମେ ଜନଭାଗିଦାରୀ ଜରିଆରେ ଜି-୨୦ କାର୍ଯ୍ୟକ୍ରମକୁ ଫଳପ୍ରଦ କରିବା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଓଡିଶାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମାର୍ଗଦର୍ଶନରେ ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ସଂଗଠନ ପକ୍ଷରୁ ପ୍ରାୟ ମାସେ ବ୍ୟାପୀ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।

ଏହି ପରିପ୍ରେକ୍ଷିରେ ଜି-୨୦ ଜନଭାଗିଦାରୀ ଅଭିଯାନ ଅଧୀନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଏନସିଇଆରଟି ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ପ୍ରତିଷ୍ଠାନର ନିଜସ୍ୱ କ୍ୟାମ୍ପସ ଏବଂ ଆଖପାଖ ଅଞ୍ଚଳରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରତିଷ୍ଠାନର ଛାତ୍ରଛାତ୍ରୀ, ଶିକ୍ଷକ, କର୍ମଚାରୀଙ୍କ ସମେତ ସ୍ଥାନୀୟ ଜନସାଧାରଣ ସାମିଲ ହୋଇଥିଲେ ।

ଏହାବି ପଢନ୍ତୁ- India Longest Bridge: କେଉଁଠି ଅଛି ଦେଶର ଲମ୍ବା ବ୍ରିଜ, କଣ ରହିଛି ଖାସ?

ଅପରପକ୍ଷରେ ଏନସିଇଆରଟି ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ଜଗତସିଂହପୁର ଜିଲ୍ଲା କାନ୍ତବଲ୍ଲଭପୁର ସରକାରୀ ଉପ୍ରା ବିଦ୍ୟାଳୟ ଠାରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ସହଯୋଗରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଓ ଶିକ୍ଷକ, ଶିକ୍ଷୟିତ୍ରୀମାନେ ଅଂଶଗ୍ରହଣ କରିଥିଲେ।

ସେହିପରି ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ପାରାଦୀପ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା । ଏଥିରେ ୧୦୦ରୁ ଅଧିକ ସ୍କୁଲ ଛାତ୍ରଛାତ୍ରୀ ଓ ଶିକ୍ଷକମାନେ ଅଂଶଗ୍ରହଣ କରିଥିଲେ । ଛାତ୍ରଛାତ୍ରୀଙ୍କୁ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ ସଚେତନ କରାଯାଇଥିଲା ।

ଅନ୍ୟପକ୍ଷରେ ଯାଜପୁର ଜିଲ୍ଲା ଡିଆଇଇଟି ସହଯୋଗରେ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ଜିଲ୍ଲାର ବ୍ରାହ୍ମଣୀଦେବୀ ସରକାରୀ ହାଇସ୍କୁଲ ଠାରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା। ଏଥିରେ ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀମାନେ ଅଂଶଗ୍ରହଣ କରି ଆଖପାଖ ଅଞ୍ଚଳରେ ସଫେଇ କରିବା ସହିତ ଜି-୨୦ ସମ୍ମିଳନୀ ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ ।

ଅନ୍ୟପଟେ ଜି-୨୦ ଜନ ଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଆଇଆଇଏମ ସମ୍ବଲପୁର ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଥିଲା । ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଏକ ବକ୍ତୃତା ଶୃଙ୍ଖଳା ଏବଂ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଆଗ୍ରହର ସହିତ ଭାଗ ନେଇଥିଲେ । ଛାତ୍ରଛାତ୍ରୀମାନେ ଜି-୨୦ ବିଷୟବସ୍ତୁକୁ ନେଇ ବକ୍ତୃତା ଦେବା ସହିତ ପ୍ରବନ୍ଧ ଲେଖିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details