ଭୁବନେଶ୍ବର:ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି । ବାଦାମବାଡ଼ିରେ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ ଓ reading Hall। ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିପାରିବେ ଛାତ୍ରଛାତ୍ରୀ । କଟକ ବାଦାମବାଡିର ପୁରୀ-ଅନୁଗୋଳ ବସଷ୍ଟାଣ୍ଡରେ ଏହି ପାଠାଗାର ସ୍ଥାପନ କରାଯିବ । 5T ସଚିବଙ୍କ କଟକ ଗସ୍ତ ସମୟରେ ଜନସାଧାରଣଙ୍କ ମତାମତ ଭିତ୍ତିରେ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି ।
ତେବେ ଏହି ପାଠାଗାର ନିର୍ମାଣ ପାଇଁ ଖର୍ଚ୍ଚ ହେବ ୩୦ କୋଟି ୫୮ ଲକ୍ଷ ଟଙ୍କା । ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ-ଅନୁଗୋଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ପାଠାଗାର ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୩୦ କୋଟି ୫୮ ଲକ୍ଷ ୩୧ ହଜାର ୧୦୦ଟଙ୍କା ଖର୍ଚ୍ଚ କରାଯିବ । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।
ସୂଚନା ଅନୁସାରେ, 5T ସଚିବ ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ କଟକରେ ସ୍ଵର୍ଗତ ବିଶ୍ଵନାଥ ପଣ୍ଡିତଙ୍କ ସ୍ମୃତିରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ କଟକବାସୀଙ୍କ ପକ୍ଷରୁ ଦାବି କରାଯାଇଥିଲା । ଏହି ମତାମତକୁ ଗ୍ରହଣ କରି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଏହି ଲାଇବ୍ରେରୀରେ ପିଲାମାନେ ବସି ଅଧ୍ୟୟନ କରିବା ପାଇଁ ଏକ ବଡ reading hall ମଧ୍ୟ ରହିବ । ବିଭିନ୍ନ ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ସେଠାରେ ପ୍ରସ୍ତୁତି କରିପାରିବେ ।
ଏହା ବି ପଢନ୍ତୁ...କ୍ୟାନ୍ସର ହସ୍ପିଟାଲରେ ନୂଆ ଲିନାକ୍ ମେସିନର ଶୁଭାରମ୍ଭ