ଓଡିଶା

odisha

ETV Bharat / state

CM Review Meeting: ଅପ୍ରତ୍ୟାଶିତ ବାତ୍ୟା ନେଇ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ - ସଜାଗ ରହିବାକୁ ନବୀନଙ୍କ ନିର୍ଦ୍ଦେଶ

ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହି ଅପ୍ରତ୍ୟାଶିତ ବାତ୍ୟାକୁ ନେଇ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ସମୀକ୍ଷା ବୈଠକ କରି ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ

Etv Bharat
Etv Bharat

By

Published : May 2, 2023, 5:03 PM IST

Updated : May 2, 2023, 5:25 PM IST

CM Review Meeting

ଭୁବନେଶ୍ବର: ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ଓ ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ଗ୍ରୀଷ୍ମ ଋତୁରେ ସଂଗଠିତ ହେଉଥିବା ବାତ୍ୟା ଅପ୍ରତ୍ୟାଶିତ । ଏହାର ଗତି ଓ ଗତିପଥ ଅତି ଜଟିଳ । ଏଥିପାଇଁ ଅଗୁଆ ସତର୍କ ହେବାକୁ ପଡ଼ିବ । ତେଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ଡାକି ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସମ୍ଭାବ୍ୟ ଗ୍ରୀଷ୍ମ ଋତୁ ବାତ୍ୟାର ଗତି ଜଟିଳ ଓ ଫନି ବାତ୍ୟା ସମ୍ପର୍କରେ ସ୍ମରଣ କରି ପ୍ରଶାସନ ଆଗୁଆ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଶାସନ ସଚିବ ତଥା SRC ସତ୍ୟବ୍ରତ ସାହୁ ।

ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ । ୨୦୧୯ରେ ଫନି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା । ଆମ ପାଇଁ ସବୁ ଜୀବନ ମୂଲ୍ୟବାନ । ତେଣୁ ଏଥିରେ କୌଣସି ବିଳମ୍ବ ନ କରି ଆମକୁ ଆଗୁଆ ପ୍ରସ୍ତୁତ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ NDRF, ODRAF ଓ ଅଗ୍ନିଶମ ସେବା ଆଦି ଆଗୁଆ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ସହିତ ଆବଶ୍ୟକ ସହିତ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସବୁ ଅତ୍ୟାବଶ୍ୟକ ମେସିନ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ପରେ ମଧ୍ୟ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ବାତ୍ୟା ସମ୍ପର୍କରେ ନିୟମିତ ସମୀକ୍ଷା କରିବେ । ଏହା ସହିତ ସ୍ବତନ୍ତ୍ର ରିଲିଫ କମିଶନର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବେ । ସମସ୍ତ ବିଭାଗ ସହିତ ସମନ୍ବୟ ରଖି କାମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି, "ସବୁ ବାତ୍ୟା ମଧ୍ୟରେ ଗ୍ରୀଷ୍ମ ଋତୁର ବାତ୍ୟାର ପ୍ରଭାବ ବହୁତ ବେଶି ହୋଇଥାଏ । ଗତ କିଛି ବର୍ଷ ଧରି ଆମେ ରାଜ୍ୟରେ ଜିରୋ କାଜୁଆଲିଟି ନୀତି ଅବଲମ୍ବନ କରି ସଫଳତା ପାଇଛୁ । ଏ କ୍ଷେତ୍ରରେ ମଧ୍ୟ ନିୟମିତ ସମୀକ୍ଷା ଜାରି ରହିଛି । ସବୁ ସଂପୃକ୍ତ ବିଭାଗମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳମାନଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରାୟ ୧୦୦୦ଟି ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ଅଛି । ଅନ୍ୟାନ୍ୟ ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି ।"

ଏହା ବି ପଢନ୍ତୁ- Odisha Weather: ମେ ପ୍ରଥମ ସପ୍ତାହରୁ ଲଘୁଚାପ, ହେବ କି ବାତ୍ୟା ?

ବୈଠକରେ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ କହିଛନ୍ତି, "୧୮ଟି ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ ପ୍ରସ୍ତୁତ କରାଯାଇଛି । ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ କାର୍ଯ୍ୟକ୍ଷମ କରାଯାଉଛି । ୧୭ଟି NDRF ଓ ୨୦ଟି ODRAF ଟିମ ପ୍ରସ୍ତୁତ ରଖାଯାଇଛି । ବାତ୍ୟା ନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ନଥିଲେ ବି ଆଗୁଆ ପଦକ୍ଷେପ ସ୍ବରୂପ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ବର୍ତ୍ତମାନ କୌଣସି ବି ପ୍ୟାନିକ ସିଚୁଏସନ ନାହିଁ । ସବୁ ପ୍ରକାର ବ୍ୟବସ୍ଥା ସହ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ବିଭାଗ ସହ ଆଲୋଚନା କରି ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।"

ବୈଠକ ପରେ ଏସଆରସି ସତ୍ୟବ୍ରତ ସାହୁ କହିଛନ୍ତି ଯେ, ବାତ୍ୟା ନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ନଥିଲେ ବି ଆଗୁଆ ପଦକ୍ଷେପ ସ୍ୱରୂପ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ବର୍ତ୍ତମାନ କୌଣସି ବି ପ୍ୟାନିକ ସିଚୁଏସନ ନାହିଁ । ସବୁ ପ୍ରକାର ବ୍ୟବସ୍ଥା ସହ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ବିଭାଗ ସହ ଆଲୋଚନା କରି ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସବୁ ବିଭାଗ ନିଜ ନିଜ ଭିତରେ ସମନ୍ୱୟ ରକ୍ଷା କରି କାମ କରିବାକୁ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଛନ୍ତି । ପଞ୍ଚାୟତିରାଜ ଏବଂ ପାନୀୟ ଜଳ, ନଗର ଉନ୍ନୟନ, ଶକ୍ତି, ସ୍ୱାସ୍ଥ୍ୟ, ଯୋଗାଣ ବିଭାଗ ସମେତ ୧୧ ଟି ବିଭାଗକୁ ସଜାଗ ରହିବାକୁ କୁହାଯାଇଛି । ୧୮ ଜିଲ୍ଲା ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଗତକାଲିଠୁ 24 ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିଛି । ସମସ୍ତ ବାତ୍ୟା ଆଶ୍ରୟ ସ୍ଥଳୀ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକତା ସ୍ଥଳେ ଲୋକଙ୍କୁ ସ୍ଥାନାନ୍ତରିତ ପାଇଁ ଜିଲ୍ଲାପାଳ ମାନଙ୍କୁ ନିଷ୍ପତ୍ତି ନେବା ପାଇଁ କୁହାଯାଇଛି । ଗାଁ ସ୍ତରରେ ଇଭାକ୍ୟୁସେନ ପ୍ଲାନ କରାଯିବ । କୌଣସି ଲୋକ ଭୟବିତ ହୁଅନ୍ତୁ ନାହିଁ କିନ୍ତୁ ସତର୍କ ରହୁନ୍ତୁ ବୋଲି କହିଲେ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ।

ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂସଲ, ଉନ୍ନୟନ କମିଶନର ଅନୁ ଗର୍ଗ, ଗ୍ରାମ୍ୟ ଉନ୍ନୟନ ଓ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢୀ ପ୍ରମୁଖ ନିଜ ନିଜ ବିଭାଗର ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି. କେ ପାଣ୍ଡିଆନ ବୈଠକ ପରିଚାଳନା କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : May 2, 2023, 5:25 PM IST

ABOUT THE AUTHOR

...view details