ଓଡିଶା

odisha

ETV Bharat / state

5T ସ୍କୁଲର ତୃତୀୟ ପର୍ଯ୍ୟାୟ ରୂପାନ୍ତରଣ: ୪ ଜିଲ୍ଲାର ୩୫୭ ସ୍କୁଲ ଲୋକାର୍ପିତ - ୫ଟି ସ୍କୁଲ ରୂପାନ୍ତରଣ

ଲୋକାର୍ପିତ କାର୍ଯ୍ୟକ୍ରମରେ ଭିସି ଜରିଆରେ ଯୋଡି ହୋଇ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି । ଅଧିକ ପଢନ୍ତୁ

Etv Bharat
Etv Bharat

By

Published : Apr 25, 2023, 9:53 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି । ଏହି ପର୍ଯ୍ୟାୟର ପ୍ରଥମ ଦିନରେ ଆଜି ୪ଟି ଜିଲ୍ଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଗଞ୍ଜାମ ଜିଲ୍ଲାର ୧୦୬ଟି, ଅନୁଗୁଳର ୮୭ଟି, ଜଗତସିଂହପୁରର ୧୦୭ଟି ଓ କେନ୍ଦୁଝରର ୫୭ଟି ହାଇସ୍କୁଲ ଅନ୍ତର୍ଭୁକ୍ତ । ତୃତୀୟ ପର୍ଯ୍ୟାୟରେ ସମୁଦାୟ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି । ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ ଟି ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ ଟି ସ୍କୁଲ ରୂପାନ୍ତରିତ ହେବ ।

ଲୋକାର୍ପିତ କାର୍ଯ୍ୟକ୍ରମରେ ଭିସି ଜରିଆରେ ଯୋଡି ହୋଇ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି । ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ । ପିଲାମାନେ ଯଦି ନିଜ ଜୀବନରେ ୫ଟିର ଉପଯୋଗ କରିବେ, ତେବେ ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ ।

କାର୍ଯ୍ୟକ୍ରମରେ ଅନୁଗୁଳ ଜିଲ୍ଲାରେ ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଜଗତସିଂହପୁର ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତନ ପ୍ରଶାନ୍ତ କୁମାର ମୁଦୁଲି ଏବଂ ପାଟଣା ବିଧାୟକ ତଥା ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଜଗନ୍ନାଥ ନାୟକ ପ୍ରମୁଖ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚ ପ୍ରଶଂସା କରିଛନ୍ତି । କେବଳ ସ୍କୁଲ ରୂପାନ୍ତର ନୁହେଁ, ବିଭିନ୍ନ କ୍ଷେତ୍ରରେ ଆଜି ଓଡିଶା ସାରା ଦେଶରେ ଓ ବିଦେଶରେ ସୁନାମ ଅର୍ଜନ କରୁଛି । ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି ସେମାନେ କହିଛନ୍ତି । ଆଜିର ଛାତ୍ରଛାତ୍ରୀମାନେ ଉନ୍ନତ ଶିକ୍ଷା ସୁବିଧା ପାଇ ଓଡିଶାର ଟେକ ରଖିବେ ବୋଲି ସେମାନେ ଦୃଢ ବିଶ୍ବାସ ପ୍ରକଟ କରିଛନ୍ତି ।

କାର୍ଯ୍ୟକ୍ରମରେ ୫ଟି ସଚିବ ଭିକେ ପାଣ୍ଡିଆନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ କେବଳ ଉନ୍ନତ ଶିକ୍ଷା ବ୍ୟବସ୍ଥା କରିନାହାନ୍ତି, ଏହା ସହିତ ସେମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ମଧ୍ୟ କରିଛନ୍ତି । ଆଗାମୀ ୬ ମାସ ମଧ୍ୟରେ ରାଜ୍ୟର ସବୁ ସ୍କୁଲକୁ ରୂପାନ୍ତରିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତିନୋଟି ପର୍ଯ୍ୟାୟରେ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ସଫଳତା ପାଇଁ ସେ ଜିଲ୍ଲାସ୍ତରରେ କାମ କରୁଥିବା ଟିମ ମାନଙ୍କୁ ଧନ୍ୟବାଦ ଦେଇଛନ୍ତି । କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିବାବେଳେ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଛନ୍ତି । ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details