ଓଡିଶା

odisha

ETV Bharat / state

ରାଜ୍ୟରେ ହେବ ଚେସର ବିକାଶ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲା FIDE ବୋର୍ଡ - ଚେସର ହେବ ବିକାଶ

ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୁବପିଢ଼ିଙ୍କୁ ସର୍ବୋତ୍ତମ ସୁଯୋଗ ଯୋଗାଇ ଦେବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ଏବଂ ଚେସ ସେମାନଙ୍କ ଅଭିବୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ରାଜ୍ୟସ୍ତରୀୟ ଚେସ ଏକାଡେମୀ- ପ୍ରୋ ଚେସ-ଟା, ଚେସ ଇନ ସ୍କୁଲ ପ୍ରକଳ୍ପ ପ୍ରତିଷ୍ଠା କରାଯାଇଥିବା ବେଳେ ଓଡ଼ିଶାରେ ୧୦୦ରୁ ଅଧିକ ଚେସ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରିବାକୁ ଯୋଜନା ହୋଇଛି। ଆମର ଲକ୍ଷ୍ୟ ହାସଲ ପାଇଁ ଆମେ ଫିଡେ ସହ ମିଶି କାମ କରିବାକୁ ଆଗ୍ରହୀ। ଅଧିକ ପଢନ୍ତୁ

ରାଜ୍ୟରେ ହେବ ଚେସର ବିକାଶ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲା FIDE ବୋର୍ଡ
ରାଜ୍ୟରେ ହେବ ଚେସର ବିକାଶ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲା FIDE ବୋର୍ଡ

By ETV Bharat Odisha Team

Published : Oct 26, 2023, 7:00 AM IST

ଭୁବନେଶ୍ବର: ଚେସର ବିକାଶ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଲୋଚନା । ଫିଡେ ମ୍ୟାନେଜମେଣ୍ଟ ବୋର୍ଡର ଉପାଧ୍ୟକ୍ଷ ଡାନା ରିଜନିସ ଓଜୋଲାଙ୍କ ସହ ଓଡ଼ିଶାରେ ଚେସ ବିକାଶ ନେଇ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶା ନିକଟରେ ରାଜ୍ୟ ଚେସ ଏକାଡେମୀ (ପ୍ରୋ ଚେସ୍-ଟା) ଏବଂ ଚେସ ଇନ ସ୍କୁଲ ପ୍ରକଳ୍ପ ଆରମ୍ଭ କରିଛି । ଚେସର ବିକାଶ ପାଇଁ ସହଯୋଗ ଓ ଓଡ଼ିଶାରେ ୧୦୦ ଚେସ ପ୍ରଶିକ୍ଷଣ କେନ୍ଦ୍ରର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି । ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେସକୁ ପ୍ରୋତ୍ସାହିତ କରିବା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରିଜନିସ-ଓଜୋଲା ଚେସକୁ ଏକ ବୌଦ୍ଧିକ କ୍ରୀଡ଼ା ଭାବରେ ଲୋକପ୍ରିୟ କରିବା ଏବଂ ଯୁବଗୋଷ୍ଠୀଙ୍କୁ ବୌଦ୍ଧିକ ଓ ଭାବନାତ୍ମକ ଭାବେ ସଶକ୍ତ କରିବାର ଅନେକ ସମ୍ଭାବନା ଉପରେ ଗୁରୁତ୍ୱାରୋପ କରିଥିଲେ। ଯୁବ ଚେସ ପ୍ରତିଭାମାନଙ୍କୁ ଚିହ୍ନଟ କରି ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଉତ୍କୃଷ୍ଟ ହେବା ପାଇଁ ଉପଯୁକ୍ତ ଭିତ୍ତିଭୂମି ଏବଂ ପ୍ରଶିକ୍ଷଣ ପ୍ରଦାନ କରିବା ଉପରେ ବୈଠକରେ ଆଲୋଚନା କରିଥିଲେ ।

ଅଧିକ ପଢନ୍ତୁ- Odisha Cabinet Meeting: 12ଟି ବିଭାଗର 19ଟି ପ୍ରସ୍ତାବକୁ ସ୍ବୀକୃତି, 1ବର୍ଷରେ ଦକ୍ଷ ହେବେ 1ଲକ୍ଷ ଯୁବକ ଯୁବତୀ

ଏହି ଅବସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୁବପିଢ଼ିଙ୍କୁ ସର୍ବୋତ୍ତମ ସୁଯୋଗ ଯୋଗାଇ ଦେବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ଏବଂ ଚେସ ସେମାନଙ୍କ ଅଭିବୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ରାଜ୍ୟସ୍ତରୀୟ ଚେସ ଏକାଡେମୀ- ପ୍ରୋ ଚେସ-ଟା, ଚେସ ଇନ ସ୍କୁଲ ପ୍ରକଳ୍ପ ପ୍ରତିଷ୍ଠା କରାଯାଇଥିବା ବେଳେ ଓଡ଼ିଶାରେ ୧୦୦ରୁ ଅଧିକ ଚେସ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରିବାକୁ ଯୋଜନା ହୋଇଛି। ଆମର ଲକ୍ଷ୍ୟ ହାସଲ ପାଇଁ ଆମେ ଫିଡେ ସହ ମିଶି କାମ କରିବାକୁ ଆଗ୍ରହୀ।

ବିଶ୍ବ ଚେସ ସମୁଦାୟ ପ୍ରତି ଅତୁଟ ସମର୍ଥନ ପାଇଁ ପରିଚିତ ରିଜନିସ-ଓଜୋଲା ମୁଖ୍ୟମନ୍ତ୍ରୀ ଏବଂ ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ାର ବିକାଶ ଦିଗରେ ଓଡ଼ିଶାର ନିରନ୍ତର ପ୍ରୟାସକୁ ପ୍ରଶଂସା କରିଥିଲେ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details