ଭୁବନେଶ୍ବର: ବରପାଲିରେ ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର । ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ୨ କୋଟି କୋଟି ଟଙ୍କା । ନିର୍ମାଣ ହେବ କବି ଭବନ, ସ୍ମୃତି ଭବନ ଓ ଗଙ୍ଗାଧର ମେହର ପାର୍କ । ଓଡିଆ ସାହିତ୍ୟର ଏକ ଗବେଷଣା କେନ୍ଦ୍ର ଭାବରେ ବିକଶିତ ହେବ ପୀଠ । ପୀଠକୁ ବର୍ଷକୁ ଏକ ଲକ୍ଷ ପର୍ଯ୍ୟଟକ ଆସିବାର ସମ୍ଭାବନା ।
ବରପାଲିରେ ସ୍ବାଭାବ କବି ଗଙ୍ଗାଧର ମେହରଙ୍କ ସ୍ମୃତି ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରିଥିଲେ । ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମିକ୍ଷା କରିଥିଲେ । ଏହା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ । ସେହିପରି ଜୁନ ୨୬ ତାରିଖ ଦିନ ସେ ସ୍ବାଭାବ କବି ଗଙ୍ଗାଧର ମେହରଙ୍କ ବରପାଲିସ୍ଥିତ ଜନ୍ମସ୍ଥାନ ପରିଦର୍ଶନ କରିଥିଲେ । ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । କମିଟି ସଦସ୍ୟମାନଙ୍କ ସହିତ ଜନ୍ମସ୍ଥାନର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ ।