ଓଡିଶା

odisha

ETV Bharat / state

ଆଜି ୯ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ - ପଶ୍ଚିମ ଓଡ଼ିଶା ବିକାଶ ପରିଷଦ

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢ଼ନ୍ତୁ

cm naveen patnaik to inaugurate various project today
ଆଜି ୯ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନା କରିବେ ମୁଖ୍ୟମନ୍ତ୍ରୀ

By

Published : Oct 21, 2022, 1:45 PM IST

ଭୁବନେଶ୍ବର:ଆଜି ସନ୍ଧ୍ୟା ୫.୩୦ରେ 9ଟି ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏଥି ସହିତ ମୁଖ୍ୟମନ୍ତ୍ରୀ ୩୩.୬୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଲୋଗୋ ଉନ୍ମୋଚନ ଏବଂ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପର୍ଯ୍ୟାଲୋଚନା ନିମନ୍ତେ ପରିଷଦ ଦ୍ୱାରା ପ୍ରସ୍ତୁତ ଏକ ମନିଟରିଂ ଆପ୍ଲିକେସନ୍‌ର ମଧ୍ୟ ଶୁଭାରମ୍ଭ କରିବେ ।

ବରଗଡ଼ ଜିଲ୍ଲାର ପଦ୍ମପୁର ଆଞ୍ଚଳିକ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ, ବଲାଙ୍ଗୀର ସଦର ମହକୁମାରେ ଏକ କଲ୍ୟାଣ ମଣ୍ଡପ ଓ ଟିଟିଲାଗଡ଼ ବାଳକ ଉଚ୍ଚ ବିଦ୍ୟାଳୟର ଏକାଡେମିକ ବ୍ଲକର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ବୌଦ୍ଧ ଜିଲ୍ଲା ସଂଗ୍ରହାଳୟର ସଂପ୍ରସାରଣ, ଦେବଗଡ଼ ଜିଲ୍ଲାର ସାଂସ୍କୃତିକ ପ୍ରେକ୍ଷାଳୟ ତଥା କ୍ରୀଡ଼ା କକ୍ଷ, ଝାରସୁଗୁଡ଼ାର ମରାକୁଟାରେ କହ୍ନେଇନାଳ ଉପରେ ପୋଲ, କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଟାଉନ ହଲ ଓ ଜୁନାଗଡ଼ ଏନଏସିରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଷ୍ଟାଡିୟମ, ନୂଆପଡ଼ା ଜିଲ୍ଲାର କୋମନାରେ ମାଣ୍ଡିଆ ଆଦି ଶସ୍ୟର ପ୍ରକ୍ରିୟାକରଣ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ଭିସି ଜରିଆରେ ଉଦଘାଟନ କରିବେ ।

ଏହା ମଧ୍ୟ ପଢ଼ନ୍ତୁ:ଆଜି ରାଜ୍ୟ କ୍ୟାବିନେଟ, ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର

ବରଗଡ଼ ଜିଲ୍ଲାର ଡେବ୍ରିଗଡ଼ ଅଭୟାରଣ୍ୟ ସନ୍ନିକଟ ବାରବଖରା ଜଳପ୍ରପାତ ଓ ଗୁମ୍ଫା ନିକଟରେ ଇକୋ ପର୍ଯ୍ୟଟନ ସ୍ଥଳୀର ବିକାଶ, ବରଗଡ଼ ସହରରେ ଏକ ପାଞ୍ଚଶହ ଆସନ ବିଶିଷ୍ଟ ପ୍ରେକ୍ଷାଳୟ, ପଦ୍ମପୁରରେ ବଡ଼ବନ୍ଧର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଓ ଆଲୋକୀକରଣ, ବିକାଶ ବିଦ୍ୟାଳୟଠାରୁ ହଳଦୀପାଲି ଛକ ପର୍ଯ୍ୟନ୍ତ ସିମେଣ୍ଟ କଂକ୍ରିଟ ଡ୍ରେନ, ବଲାଙ୍ଗୀର ସହରରେ ଏକ ପାଞ୍ଚଶହ ଆସନ ବିଶିଷ୍ଟ ପ୍ରେକ୍ଷାଳୟ, ବୌଦ୍ଧ ଜିଲ୍ଲା ବୀରନରସିଂହପୁରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଇକୋ ପାର୍କ, କଳାହାଣ୍ଡି ଜିଲ୍ଲାର ବିଶ୍ୱନାଥପୁରଠାରେ କଲ୍ୟାଣ ମଣ୍ଡପ, ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ମୁକୁଣ୍ଡି ଷ୍ଟାଡିୟମର ଉନ୍ନତିକରଣ ଓ ସୁବର୍ଣ୍ଣପୁର ଜିଲ୍ଲାର ସୋନପୁରରେ ହସ୍ତତନ୍ତ ମଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଦ୍ୱାରା ଆଧୁନିକ ଅଡିଟୋରିୟମ, କଲ୍ୟାଣ ମଣ୍ଡପ, ଗୋଷ୍ଠୀ କେନ୍ଦ୍ର, ଖେଳପଡ଼ିଆର ଉନ୍ନତିକରଣ ଲୋକାଭିମୁଖୀ ପ୍ରକଳ୍ପ ପ୍ରଭୃତି ନିର୍ମାଣ ଫଳରେ ପଶ୍ଚିମ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକର ଭିତ୍ତିଭୂମି ଓ ଅର୍ଥନୈତିକ ଅଭିବୃଦ୍ଧି ଅଧିକ ସୁଦୃଢ଼ ହୋଇପାରିବ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details