ଭୁବନେଶ୍ବର: ଓଡିଆ ସାହିତ୍ୟର ଯଶସ୍ବୀ ସାଧକ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ (Gangadhar Meher Bhawan in Bhubaneswar) ନିର୍ମାଣ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patniak) ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି । ଏହା ସହିତ ଏହି ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି ।
ଏହାବି ପଢନ୍ତୁ- Winter Session of Odisha Assembly: ଶିକ୍ଷକଙ୍କ ପ୍ରସଙ୍ଗ ନେଇ ଆଜି ପୁନର୍ବାର ହଙ୍ଗାମା
ଗତ ୨୮ ତାରିଖ ଦିନ ନିଖିଳ ଓଡିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ସ୍ବଭାବ କବିଙ୍କ ସ୍ମୃତିରେ ଭବନ ନିର୍ମାଣ ଓ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ବିଷୟରେ ଆଲୋଚନା କରିଥିଲେ । ଏହା ଦ୍ବାରା ଦୂରଦୂରାନ୍ତରୁ ପାଠ ପଢିବାକୁ ଆସୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଠ ପଢିବା ପାଇଁ ତଥା ଚିକିତ୍ସା ପାଇଁ ଆସୁଥିବା ଲୋକମାନଙ୍କୁ ବିଭିନ୍ନ ସେବା ଏହି ଭବନରେ ଯୋଗାଇ ଦିଆଯିବ ବୋଲି ମେହେର ସମାଜ ପକ୍ଷରୁ ସୂଚନା ଦିଆଯାଇଛି ।