ଓଡିଶା

odisha

ETV Bharat / state

ସ୍ବାଭିମାନ ଅଞ୍ଚଳର ବିକାଶକୁ ନୂଆ ଗତି; ଚିତ୍ରକୋଣ୍ଡାରେ ହେବ ୩ ବୃହତ ସେତୁ, ଖର୍ଚ୍ଚ ହେବ ୧୦୧ କୋଟି - Naveen Patniak Sanctions 101 Cr

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିତ୍ରକୋଣ୍ଡା ବ୍ଲକରେ ୩ଟି ବୃହତ ସେତୁ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସେଥିପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଦ୍ବାରା ସ୍ବାଭିମାନ ଅଞ୍ଚଳର ୩୭ ହଜାର ଲୋକ ଉପକୃତ ହେବେ । ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ । ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ଖଲିଆଗଡ ନାଳ ଉପରେ ଯନ୍ତ୍ରୀ ଠାରୁ ଢାକପଦର ରାସ୍ତା ପର୍ଯ୍ୟନ୍ତ ୧୧୧ ମିଟର ଦୈର୍ଘ୍ୟ ବିଶିଷ୍ଟ ଗୋଟିଏ ସେତୁ ନିର୍ମାଣ କରାଯିବ । ଅଧିକ ପଢନ୍ତୁ

ସ୍ବାଭିମାନ ଅଞ୍ଚଳର ବିକାଶକୁ ନୂଆ ଗତି
ସ୍ବାଭିମାସ୍ବାଭିମାନ ଅଞ୍ଚଳର ବିକାଶକୁ ନୂଆ ଗତିନ ଅଞ୍ଚଳର ବିକାଶକୁ ନୂଆ ଗତି

By

Published : Aug 21, 2023, 8:56 PM IST

ଭୁବନେଶ୍ବର: ସ୍ବାଭିମାନ ଅଞ୍ଚଳର ରୂପାନ୍ତର ପ୍ରକ୍ରିୟାରେ ଆସିବ ନୂଆ ଗତି । ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକରେ ନିର୍ମାଣ ହେବ ୩ଟି ବୃହତ ସେତୁ । ସେତୁ ନିର୍ମାଣକୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେତୁ ନିର୍ମାଣ ପାଇଁ ଖର୍ଚ୍ଚ ହେବ ୧୦୧ କୋଟି ଟଙ୍କା । ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମାଲକାନଗିରି ଜିଲ୍ଲାରେ ସ୍ବାଭିମାନ ଅଞ୍ଚଳ ଏବେ ବିକାଶ ପଥରେ କରୁଛି ଦ୍ରୁତ ଅଗ୍ରଗତି । ଗୁରୁପ୍ରିୟା ସେତୁ ନିର୍ମାଣ ପରଠାରୁ ସ୍ବାଭିମାନ ଅଞ୍ଚଳବାସୀଙ୍କ ପାଇଁ ଗମନାଗମନ, ବିଦ୍ୟୁତ, ପାନୀୟ ଜଳ, ଶିକ୍ଷା, ସ୍ବାସ୍ଥ୍ୟ, ଟେଲି ଯୋଗାଯୋଗ ଆଦି ଅନେକ ମୌଳିକ ସେବା ସୁବିଧାରେ ଉପଲବ୍ଧ ହେଉଛି । ରୂପାନ୍ତର ପ୍ରକ୍ରିୟାରେ ସ୍ବାଭିମାନ ଅଞ୍ଚଳ ତ୍ବରିତ ଗତିରେ ଆଗକୁ ବଢୁଛି । ସ୍ବାଭିମାନ ଅଞ୍ଚଳର ସାମାଜିକ ଓ ଆର୍ଥିକ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସେତୁ ଯୋଜନା (Socio Economic Transformation & Upliftment) ମଧ୍ୟ ଆରମ୍ଭ କରିଛନ୍ତି । ଏହି ପ୍ରକ୍ରିୟାକୁ ଆହୁରି ଆଗକୁ ନେଇ ଯୋଗାଯୋଗ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

ଏହାବି ପଢନ୍ତୁ- ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପର୍ବ; ବରଗଡରେ ହେବ ୩ ବୃହତ ସେତୁ, ଉପକୃତ ହେବେ ୭ ଲକ୍ଷ ୨୫ ହଜାର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିତ୍ରକୋଣ୍ଡା ବ୍ଲକରେ ୩ଟି ବୃହତ ସେତୁ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସେଥିପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଦ୍ବାରା ସ୍ବାଭିମାନ ଅଞ୍ଚଳର ୩୭ ହଜାର ଲୋକ ଉପକୃତ ହେବେ । ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ । ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ଖଲିଆଗଡ ନାଳ ଉପରେ ଯନ୍ତ୍ରୀ ଠାରୁ ଢାକପଦର ରାସ୍ତା ପର୍ଯ୍ୟନ୍ତ ୧୧୧ ମିଟର ଦୈର୍ଘ୍ୟ ବିଶିଷ୍ଟ ଗୋଟିଏ ସେତୁ ନିର୍ମାଣ କରାଯିବ । ଏଥିପାଇଁ ୨୦ କୋଟି ଟଙ୍କା ଖର୍ଚ୍ଚ ହେବ । ପଣସପୁଟ ଓ ଯନ୍ତ୍ରୀ ଗ୍ରାମପଞ୍ଚାୟତର ଲୋକମାନେ ଏହାଦ୍ବାରା ବିଶେଷ ଉପକୃତ ହେବେ । ଦ୍ବିତୀୟ ସେତୁଟି କୁମୁଡାଗୁଡା ନଦୀ ଉପରେ ଘନବେଡା ଠାରୁ କୋଡିଗାନ୍ଧୀ ରାସ୍ତା ପର୍ଯ୍ୟନ୍ତ ନିର୍ମାଣ କରାଯିବ । ୨୨୩ ମିଟର ଦୀର୍ଘ ଏହି ସେତୁ ପାଇଁ ୨୭ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାଦ୍ବାରା ପଣସପୁଟ, ଯନ୍ତ୍ରୀ ଓ ଆଣ୍ଡ୍ରାପାଲ୍ଲୀ ଗ୍ରାମ ପଞ୍ଚୟତର ଲୋକମାନେ ବିଶେଷ ଉପକାର ପାଇବେ ।

ତୃତୀୟ ସେତୁଟି ମାଛକୁଣ୍ଡ ନଦୀ ଉପରେ ନିର୍ମାଣ କରାଯିବ । ଏହା ବିଶେଇଗୁଡାକୁ ଯନ୍ତ୍ରୀ ପର୍ଯ୍ୟନ୍ତ ଯୋଡିବ । ୩୭୨ ମିଟର ଦୀର୍ଘ ଏହି ସେତୁ ପାଇଁ ୫୪ କୋଟି ଟଙ୍କା ଖର୍ଚ୍ଚ ହେବ । ଏହା ଦ୍ବାରା ଯନ୍ତ୍ରୀ, ପେପରମେଟଲା ଓ ଆଣ୍ଡ୍ରାପାଲ୍ଲୀ ଗ୍ରାମ ପଞ୍ଚାୟତର ଲୋକମାନେ ବିଶେଷ ଉପକୃତ ହେବେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ମାସ ୨୯ ତାରିଖରେ ମାଲକାନଗିରି ଗସ୍ତ କରିଥିଲେ । ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ । ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏହା ପରେ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details